ପୁରୀ, : ସୋମବାର ବୈଶାଖ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କ ଏହି ନୀତି ସମ୍ପାଦନ କରାଯିବ । ମହାପ୍ରଭୂଙ୍କ ଏହି ଗୁପ୍ତ ନୀତି ପାଇଁ ଆପାତତଃ ଅପରାହ୍ନ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ପଇତାଲାଗି ନୀତି ସହିତ ରାମାଭିଷେକ ଓ ବନକଲାଗି ଆଦି ବିଶେଷ ନୀତି ସମ୍ପାଦନ ଦୃଷ୍ଟିରୁ ଏପ୍ରେଲ ୨୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଚାରିଦିନ ପାଇଁ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଉପରୋକ୍ତ ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନର ବ୍ୟବସ୍ଥା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ
Sign in
Sign in
Recover your password.
A password will be e-mailed to you.