ଉନ୍ନତିର ଶୀର୍ଷ ଛୁଇଁବ ରାୟଗଡ଼ ଓ ଝାରସୁଗୁଡ଼ା ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ

151

ଭୁବନେଶ୍ୱର,୩୦ା୧୦(ଡିକେ ନୁ୍ୟଜ):ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀମହତ୍ୱକାଂକ୍ଷୀ ଯୋଜନା “ଆମ ଓଡିଶା
ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶାସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢକରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ ।
ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତିପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ
ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହିଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ
ରାୟଗଡ ଜିଲ୍ଲାର ୩ଟି ନିର୍ବାଚନମଣ୍ଡଳୀକୁମିଳିଛି ୯୧ କୋଟି ଟଙ୍କା । ଏହିନିର୍ବାଚନମଣ୍ଡଳୀ ଗୁଡିକ ହେଲା- ରାୟଗଡ,
ଗୁଣୁପୁର ଓ ବିଷମକଟକ । ଏହିସବୁନିର୍ବାଚନମଣ୍ଡଳୀର ୧୧ଟି ବ୍ଲକରୁ ୧୮୨ଟିଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପହେବ । ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି
ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କାମଞ୍ଜୁର ହୋଇଛି । ଏହି ନିର୍ବାଚନମଣ୍ଡଳୀଗୁଡିକ ହେଲା- ଝାରସୁଗୁଡା ଓବ୍ରଜରାଜନଗର । ଏଥିରେ ୫ଟି ବ୍ଲକର
୭୮ଟି ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପକରାଯିବ । ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତିପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର
ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବାସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶକରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନପାଇଁ ଏହା ହେବ ମୂଳ ଭିତ୍ତି । ଏହି
ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀକହିଥିଲେ ଯେ ସଂସ୍କୃତିର ପ୍ରସାର ଓଆଧୁନିକ ଭିତ୍ତିଭୂମିର ଉନ୍ନତି ଆମରଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ।
ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶାତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆଶିଖରରେ ପହଞ୍ଚିବ
ଏବଂ ଆମେ ଗଢିବାନୂଆ ଓଡିଶା ନବୀନ ଓଡିଶା । ସବୁ ଗାଁରବିକାଶ ଆମର ଲକ୍ଷ୍ୟ । ଗାଁରେ ସମସ୍ତଙ୍କୁମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ
ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟିପାଇବେ । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବଓ ଆଧୁନିକତାର ବିକାଶ ହେବ । ବିକଶିତଗାଁ ହେବ ଆଧୁନିକ ଓଡିଶାର ପରିଚୟ ।ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ, ଶାନ୍ତି, ସଦ୍ଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି ।
ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣକରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ ।
ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକରସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର
ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ ।ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ବ୍ୟାଙ୍କିଙ୍ଗ୍ ସୁବିଧା ମିଳିବ । ଏହି
କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ । ଏହା ଆମର ଯୁବସମାଜ ପାଇଁ, ମା’ମାନଙ୍କ ପାଇଁ, ·ଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀମାନଙ୍କପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତିସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ । ଏହି ନୂଆ ଓଡିଶାରେ
ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନାପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା
କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଆଜିରକାର୍ଯ୍ୟକ୍ରମ ପାଇଁ ରାୟଗଡ ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ
ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା । ୫-ଟି ତଥା ନବୀନ ଓଡିଶାଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ । ୫-ଟି ତଥା ନବୀନ ଓଡିଶାଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ “ଆମ ଓଡିଶା
ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ ।ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ । ଗାଁ ଗାଁରେ ସବୁ
କାମକୁ ଆମେ ଠିକ୍ ସମୟରେ ସ୍ୱଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।ଶ୍ରୀ ଭି.କେ. ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା
କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି । ରାୟଗଡ ଜିଲ୍ଲାର ରାୟଗଡ ନିର୍ବାଚନ
ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ
କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୪.୫୨ କୋଟି ଟଙ୍କାମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ମା’ ମଝିଘରିଆଣୀ ମନ୍ଦିରର ଉନ୍ନତି ଓ
ସୌନ୍ଦର୍ଯ୍ୟକରଣ, ରାୟଗଡ ଜଗନ୍ନାଥ ମନ୍ଦିରର ଉନ୍ନତିକରଣ, କାଶିପୁର କୁମାଖାଲରେ ୧୨୦ଆସନ ବିଶିଷ୍ଟ ଏକ ହଷ୍ଟେଲ, ରାୟଗଡ ମଡେଲ ଡିଗ୍ରୀ କଲେଜ, ରାୟଗଡ ଅଟୋନମସ୍
କଲେଜ ଆଦିର ଉନ୍ନତିକରଣ । ସେହିପରି ବିଷମକଟକ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୮.୫୧
କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ
ରହିଛି ଚଟିକଣା ଶିବ ମନ୍ଦିରର ଉନ୍ନତିକରଣ, ନେଳିଆ ବନ୍ଧର ସୌନ୍ଦର୍ଯ୍ୟକରଣ ଓ ବିକାଶ,ଖଜୁରୀ ଗାଁ ଗଡଗଡା ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ରର ବିକାଶ । ସେହିପରି ଗୁଣୁପୁର ନିର୍ବାଚନ
ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକଅନୁଷ୍ଠାନ ପାଇଁ ୧୦.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀକାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୨.୮୫ କୋଟି ଟଙ୍କାମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ରାମେଶ୍ୱର ମହାଶମ୍ଭୁ ଶିବ ମନ୍ଦିରର ଉନ୍ନତିକରଣ,
ମାତରବନମ ସଉରା ମନ୍ଦିରର ସୌନ୍ଦର୍ଯ୍ୟକରଣ, ବଂଶଧାରା ନଦୀ ଉପରେ ସେତୁ । ଏହିପରିଜିଲ୍ଲାରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୬.୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି
ଏବଂ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପନିଆଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ସେହିପରି ଝାରସୁଗୁଡା ଜିଲ୍ଲାର ଝାରସୁଗୁଡା
ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର । ଏହା
ସହିତ ଝାରସୁଗୁଡାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲଜମି ଦିଆଯାଇଛି । ଏହା ଦ୍ୱାରା ଗଣ୍ଡ ସମାଜର ରାଜଧାନୀରେ ରହିବା ସୁବିଧା ସହିତ ସେମାନଙ୍କ
କଳା ଓ ସଂସ୍କୃତିର ପ୍ର·ର ପ୍ରସାରରେ ସୁବିଧା ହେବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି
ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ
୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ । ଏହା ଦ୍ୱାରା ବର୍ଷକୁ ଏହି ମନ୍ଦିରକୁ ଅତିକମ୍ରେ
୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି
ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନସୂଚନା ଦେଇଥିଲେ । ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ
ଜମି ପାଇଁ ପଟ୍ଟା ଯୋଗାଇ ଦିଆଯିବ । ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି ବୋଲି ସେ କହିଥିଲେ । ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ମକରନ୍ଦ ମୁଦୁଲି, ବିଧାୟକରଘୁନାଥ ଗମାଙ୍ଗୋ, ବିଧାୟିକା ଦୀପାଳି ଦାସ, ବିଧାୟିକା ଅଳକା ମହାନ୍ତିଙ୍କ ସମେତଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ବ୍ଲକଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେକହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗ୍ଦର୍ଶନରେ
ଓଡିଶାରେ ·ଲିଛି ନିରନ୍ତର ବିକାଶ । ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ
ଜିଲ୍ଲାସ୍ତରରେ ବିକାଶ ତ୍ୱରାନ୍ୱିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟାଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ
ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କୁ ସମ୍ମାନର ସହ ବଞ୍ଚିବା ପାଇଁପ୍ରେରଣା ଦେବ ବୋଲି ସେମାନେ କହିଥିଲେ । କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.