ଏଥର ଜାଗରରେ ଗହଳି ଓ ମେଳା ମନା

755

ଭୁବନେଶ୍ୱର: ବିଭିନ୍ନ ରାଜ୍ୟରେ ପୁଣିଥରେ କରୋନା କୋପ ଆରମ୍ଭ ହୋଇଯାଇଥିବା ବେଳେ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଉ ମାତ୍ର ଦିନେ ପରେ ପାଳିତ ହେବ ଜାଗର । ଏଥିନିମନ୍ତେ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଏଥର ଜାଗରରେ କିନ୍ତୁ ମେଳା ଓ ଗହଳିକୁ ବାରଣ କରାଯାଇଛି । ଏନେଇ କଟକଣା ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ, ଏଥର ଜାଗର ଦିନ ମନ୍ଦିର ପରିସର ଓ ବାହାରେ ଗହଳି ନ କରିବାକୁ ନିର୍ଦ୍ଦେଶ ରହିଛି । ମେଳା ବସିବା ଉପରେ ମଧ୍ୟ କଟକଣା ଜାରି କରିଛନ୍ତି ଏସ୍ଆରସି । ଯେଉଁମାନେ ନିୟମ ଉଲ୍ଲଙ୍ଘନ କରିବେ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଏସ୍ଆରସି ପକ୍ଷରୁ ନିର୍ଦ୍ଦେଶ ରହିଛି । ଏନେଇ ସବୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ଚଳିତବର୍ଷ ଲିଙ୍ଗରାଜ ମନ୍ଦିରରେ କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରି । ଏଥିନିମନ୍ତେ ଆଜିଠୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୋଲିସ୍ କର୍ମଚାରୀଙ୍କ କୋଭିଡ ଟେଷ୍ଟ ଆରମ୍ଭ ହୋଇଛି । ସୂଚନାଯୋଗ୍ୟ, ପୂର୍ବରୁ ଜାଗରରେ ଏକାଠି ଦୀପ ଜାଳିବାକୁ ବାରଣ କରାଯାଇଥିଲା । ଚଳିତବର୍ଷ ରାତି ୧୦ଟା ପରେ ମହାଦୀପ ଉଠିବା ପରେ ଶ୍ରଦ୍ଧାଳୁ କିଭଳି ମନ୍ଦିରରୁ ବାହାରିବେ ସେ ଦିଗ ଉପରେ ବିଶେଷ ଧ୍ୟାନ ଦିଆଯିବ ।

Leave A Reply

Your email address will not be published.