ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା

171

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ବନ୍ଦ ପାଳନ ହେଉଛି। ବନ୍ଦ ପ୍ରଭାବରେ ଦୋକାନ ବଜାର ବନ୍ଦ ରହିଛି। ଏହାସହ ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। ଦୀର୍ଘ ଦିନ ଧରି କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବି କରାଯାଉଛି। ବଲାଙ୍ଗିରରେ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଅନ୍ୟପକ୍ଷେ, ସମ୍ବଲପୁରରେ ବନ୍ଦକୁ ବିରୋଧ କରାଯାଇଛି। ବନ୍ଦ ଡାକରା ନାମରେ ସମ୍ବଲପୁରୀ ଭାଷା, ସଂସ୍କୃତି, ସାହିତ୍ୟର କୋଶଳିକରଣ କରାଯିବାକୁ ଉଦ୍ୟମ କରାଯାଉଥିବା ଅଭିଯୋଗ କରି ଏହି ବନ୍ଦ ଡାକରାକୁ ବିରୋଧ କରାଯାଇଛି।

Leave A Reply

Your email address will not be published.