ବାଲେଶ୍ୱର ଓ ବଲାଙ୍ଗୀରରେ “ଆମ ଓଡିଶା ନବୀନ ଓଡିଶା’ର ଶୁଭାରମ୍ଭ

154

ଭୁବନେଶ୍ୱର,୩୧ା୧୦(ଡିକେ ନୁ୍ୟଜ):ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀମହତ୍ୱକାଂକ୍ଷୀ ଯୋଜନା “ଆମ ଓଡିଶାନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା
ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢକରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ ।ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତିପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ
ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ କାର୍ଯ୍ୟକ୍ରମର ସପ୍ତମ ଦିନରେବାଲେଶ୍ୱର ଓ ବଲାଙ୍ଗୀର ଜିଲ୍ଲାରେ ଏହିଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି
ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା ।ଏଥିପାଇଁ ବାଲେଶ୍ୱର ଜିଲ୍ଲାର ୮ଟିନିର୍ବାଚନମଣ୍ଡଳୀକୁ ମିଳିଛି ୧୭୮ କୋଟିଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା
– ରେମୁଣା, ଭୋଗରାଇ, ଜଳେଶ୍ୱର,ବାଲେଶ୍ୱର, ସିମୁଳିଆ, ବସ୍ତା, ସୋର ଓନୀଳଗିରି । ଏହିସବୁ ନିର୍ବାଚନମଣ୍ଡଳୀର୧୨ଟି ବ୍ଲକ୍ରୁ ୩୫୬ଟି ଗ୍ରାମ ପଞ୍ଚାୟତରେ
୪୪୬୫ଟି ପ୍ରକଳ୍ପ ହେବ । ସେହିପରିବଲାଙ୍ଗୀର ଜିଲ୍ଲାର ୫ଟି ନିର୍ବାଚନମଣ୍ଡଳୀପାଇଁ ୧୫୮.୫୦ କୋଟି ଟଙ୍କା ମଞ୍ଜୁରହୋଇଛି । ଏହି ନିର୍ବାଚନମଣ୍ଡଳୀ ଗୁଡିକ
ହେଲା – ବଲାଙ୍ଗୀର, ଟିଟିଲାଗଡ,ପାଟଣାଗଡ, କଣ୍ଟାବାଞ୍ଜି ଓ ଲୋଇସିଙ୍ଗା ।ଏଥିରେ ୧୪ଟି ବ୍ଲକ୍ର ୩୧୭ଟିଗ୍ରାମପଞ୍ଚାୟତରେ ୩୯୧୧ଟି ପ୍ରକଳ୍ପ
କରାଯିବ ।ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତିପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାରସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା
ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶକରାଯିବ । ଏକ ଆକାଂକ୍ଷୀ ଓଡିଶା ଗଠନପାଇଁ ଏହା ହେବ ମୂଳ ଭିତ୍ତି । ଏହିଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ
କହିଥିଲେ ଯେ, ସଂସ୍କୃତିର ପ୍ରସାର ଓଆଧୁନିକ ଭିତ୍ତିଭୂମିର ଉନ୍ନତି ଆମରଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ।ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ
ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶାତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା
ନୂଆ ଓଡିଶା ନବୀନ ଓଡିଶା । ନବୀନଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁବିକାଶର ମାର୍ଗରେ ଆଗକୁ ବଢିବ ବୋଲିମୁଖ୍ୟମନ୍ତ୍ରୀ କହିଥିଲେ । ସବୁ ଗାଁର ବିକାଶ
ଆମର ଲକ୍ଷ୍ୟ । ଗାଁରେ ସମସ୍ତଙ୍କୁ ମିଳିବବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ଗାଁଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ
ଆଧୁନିକତାର ବିକାଶ ହେବ । ବିକଶିତ ଗାଁହେବ ଆଧୁନିକ ଓଡିଶାର ପରିଚୟ । ଓଡିଶାହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ,ଶାନ୍ତି, ସଦ୍ଭାବ, ସମାନତା ଓ ସେବା
ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି,ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହାସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶାନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ
ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣକରାଯିବ । ପ୍ରତି ପୂଜାସ୍ଥଳୀର ବିକାଶକରାଯିବ । ଐତିହ୍ୟ ସ୍ଥଳୀ ଗୁଡିକରସଂରକ୍ଷଣ କରାଯିବ । ଆମର ଭବିଷ୍ୟତ
ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତିଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀକହିଥିଲେ । ଗାଁରେ ଡିଜିଟାଲ ଭିତ୍ତିଭୂମିର
ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ ।ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ ।ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର
ହେବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହେବ । ଏହାଆମର ଯୁବ ସମାଜ ପାଇଁ, ମା’ମାନଙ୍କପାଇଁ, ·ଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ
ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗଆଣିବ ଏବଂ ଏକ ଆଧୁନିକ, ସଶକ୍ତ,ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ
କରିବ ।ଏହି ନୂଆ ଓଡିଶାରେ ଆମରଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ
କରିବା ସହ ଆମ ଓଡିଶା ନବୀନ ଓଡିଶାକାର୍ଯ୍ୟକ୍ରମର ସଫଳ ରୂପାୟନରେସମସ୍ତଙ୍କର ସହଯୋଗ କାମନା କରିଥିଲେ ।ଆଜିର କାର୍ଯ୍ୟକ୍ରମ ପାଇଁ ବାଲେଶ୍ୱର ଜିଲ୍ଲାର
୮ଟି ଓ ବଲାଙ୍ଗୀର ଜିଲ୍ଲାର ୫ଟିନିର୍ବାଚନମଣ୍ଡଳୀରେ ଆୟୋଜିତକାର୍ଯ୍ୟକ୍ରମରେ ବିପୁଳ ଜନସମାଗମହୋଇଥିଲା । ୫-ଟି ତଥା ନବୀନ ଓଡିଶା
ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି
ବୋଲି କହିଥିଲେ । ଶ୍ରୀ ପାଣ୍ଡିଆନ୍କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ”ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା
ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ଆମର ରୂପାନ୍ତରଅନ୍ୟ ରାଜ୍ୟ ପାଇଁ ସମୟରେ ସ୍ୱଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ । ଗ୍ରାମାଞ୍ଚଳର
ନୂଆ ରୂପ ଓଡିଶା ରୂପାନ୍ତରର ହେବ ପ୍ରକୃତ ଚିତ୍ର ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।ଶ୍ରୀ ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ, ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି । ବାଲେଶ୍ୱର ଜିଲ୍ଲାର ରେମୁଣା
ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୬୬ଟିଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୩୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପପାଇଁ ୨୩.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ରେମୁଣା
ବହୁମୁଖୀ କମ୍ୟୁନିଟି ହଲ୍, କଣ୍ଟିଆଚୋରା ନଦୀର ପୁନରୁଦ୍ଧାର, କ୍ଷୀରଚୋରାଗୋପିନାଥ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ଆଉ କେତେକ ସ୍କୁଲ ଓ କଲେଜର
ରୂପାନ୍ତର । ସେହିପରି ଭୋଗରାଇ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାକାର୍ଯ୍ୟକ୍ରମରେ ୫୩ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୭.୧୯ କୋଟି
ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତପରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୬୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ଚନ୍ଦନେଶ୍ୱର ମନ୍ଦିରର ସୌନ୍ଦର୍ଯ୍ୟକରଣ, ରଣସିଂହପୁରଆଶ୍ରମ ସ୍କୁଲର ଉନ୍ନତୀକରଣ, ବାସୁଳୀ ମା’ ମନ୍ଦିରର ସୌନ୍ଦର୍ଯ୍ୟକରଣ, ରୁରାଲ
ଇନ୍ଷ୍ଟିଚୁ୍ୟଟ୍ ଅଫ୍ ହାଇଅର ଷ୍ଟଡ଼ିଜ୍ କଲେଜର ରୂପାନ୍ତର । ସେହିପରି ଜଳେଶ୍ୱରନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୨ଟି
ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୬ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ
ପାଇଁ ୫.୫୮ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ଜଳେଶ୍ୱରପୌରାଞ୍ଚଳରେ କ୍ରୀଡାର ବିକାଶ ପାଇଁ ଏକ ସ୍କେଟିଙ୍ଗ ରିଙ୍ଗ୍ । ଏହା ଦ୍ୱାର ଜିଲ୍ଲାରେ
କ୍ରୀଡାର ବିକାଶରେ ଏକ ନୂଆ ଫର୍ଦ୍ଦ ଯୋଡି ହେବ । ଏହା ସହିତ ସିଦେ୍ଧଶ୍ୱରକଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ, ଦିନକୃଷ୍ଣ କଲେଜ ଓ ଯୁକ୍ତ ଦୁଇ
ମହାବିଦ୍ୟାଳୟ ଏବଂ ଜଳେଶ୍ୱର ମହିଳା କଲେଜ ଓ ଯୁକ୍ତ ଦୁଇ ମହାବିଦ୍ୟାଳୟ ।ସେହିପରି ସୋର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ
୯୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୫.୭୦ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ
ପ୍ରକଳ୍ପ ପାଇଁ ୧୯.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛିବାହନାଗା ହାଇସ୍କୁଲର ନିର୍ମାଣ ଓ ଅଧୁନିକୀକରଣ ଏବଂ ବାହନଗା ଗ୍ରାମପଞ୍ଚାୟତକୁ
ଏକ ମଡେଲ ପଞ୍ଚାୟତ ଭାବେ ନିର୍ମାଣ, ବାହନାଗା ପ୍ରାଥମିକ ଚିକିତ୍ସାଳୟକୁ “ଆମହସ୍ପିଟାଲ’ ଭାବେ ଉନ୍ନତୀକରଣ, ଏହା ସହିତ ଦୁଇଟି ବୃହତ ସେତୁ ଏବଂ ୩ଟି ଡିଗ୍ରୀ
ଓ ଯୁକ୍ତ ଦୁଇ କଲେଜ । ବସ୍ତା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତାକାର୍ଯ୍ୟକ୍ରମରେ ୧୨୭ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୨.୩୯ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୦୭.୫୪ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ଏହା ମଧ୍ୟରେ ରହିଛି ବାହରଦା ମାଛ ମାର୍କେଟର ଉନ୍ନତୀକରଣ, ଜଳକା ଡ୍ରେନେଜ୍ସିଷ୍ଟମର ଉନ୍ନତୀକରଣ, ଡଗର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ସେତୁ, ସ୍କୁଲ ଓକଲେଜ । ବାଲେଶ୍ୱର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ୧୧୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୮.୭୫ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ
ପ୍ରକଳ୍ପ ପାଇଁ ୯.୦୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛିନ୍ଦିପୁର ବେଳାଭୂମିର ସୌନ୍ଦର୍ଯ୍ୟକରଣ, ଝାଡେଶ୍ୱର ମନ୍ଦିର, ଫକିରମୋହନ କଲେଜ,
ବଳାଙ୍ଗି କଲେଜ ଓ ନୀଳମଣି କଲେଜ । ସେହିପରି ନୀଳଗିରି ନିର୍ବାଚନ ମଣ୍ଡଳୀରେମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୦୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ
ପାଇଁ ୧୦.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କକାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୮.୭୬ କୋଟି ଟଙ୍କା
ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ପ୍ରସିଦ୍ଧ ପଞ୍ଚଲିଙ୍ଗେଶ୍ୱର ପୀଠର ଉନ୍ନତୀକରଣ,ନୀଳଗିରି ରିସିଆ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଖୁମୁକୁଟ ଜଳପ୍ରକଳ୍ପ, ନୀଳଗିରି ଜଗନ୍ନାଥ
ମନ୍ଦିରର ଉନ୍ନତୀକରଣ ଏବଂ କେତେକ ସ୍କୁଲ ଓ କଲେଜ । ସେହିପରି ସିମୁଳିଆନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୮ଟି ଶିକ୍ଷାନୁଷ୍ଠାନ
ଓ ଧାର୍ମିକ ଅନୁଷ୍ଠାନ ପାଇଁ ୯.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୦.୮୭
କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ସିନ୍ଧୁଆ ଡ୍ୟାମଠାରେ ଏକପର୍ଯ୍ୟଟନ କେନ୍ଦ୍ର, କୁପାରୀ ଏମ୍ଏସ୍ଏମ୍ଇ ପାର୍କ, କୁପାରୀ ଏସ୍ଟି ହଷ୍ଟେଲ, ଅନେକ
ସେତୁ ଓ ସିମୁଳିଆଠାରେ ନଦୀବନ୍ଧର ଉନ୍ନତୀକରଣ ।ୟ ଏହି ପରି ବାଲେଶ୍ୱର ୫୯ପ୍ରକଳ୍ପ ପାଇଁ ୨୨୪.୨୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ
କହିଥିଲେ । ସେହିପରି ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୪ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ
୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରଜିଲ୍ଲାଗସ୍ତ ପରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୭୮.୮୧ କୋଟି ଟଙ୍କା ମଞ୍ଜୁରକରାଯାଇଛି । ଏହା ମଧ୍ୟରେ ରହିଛି ତୁସୁରାଠାରେ ଏୟାର ଷ୍ଟ୍ରିପ୍, ୨ଟି ମେଗା ଲିଫ୍ଟପ୍ରକଳ୍ପ, ତୁସୁରା ସମଲାଇ ମନ୍ଦିରର ସୌନ୍ଦର୍ଯ୍ୟକରଣ ଏବଂ ସ୍କୁଲ ଓ କଲେଜ ।ପାଟଣାଗଡନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୧ଟି ଶିକ୍ଷାନୁଷ୍ଠାନତଥା ଧାର୍ମିକ ଅନୁଷ୍ଠାନ ପାଇଁ ୧୪.୫୭ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ୧୯.୭୨ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ହରିଶଙ୍କରମନ୍ଦିର ଉନ୍ନତୀକରଣରେ କେତେକ ନୂତନ ପ୍ରକଳ୍ପ ଯଥା :- ନୂଆ ପ୍ରବେଶ ପଥ,
ଚେକ ଡ୍ୟାମ୍, କଲଭର୍ଟ, ପୋଲିସ ଆଉଟପୋଷ୍ଟ ଇତ୍ୟାଦି, ଖପ୍ରାଖୋଲରେ ଏକ ନୂଆସଡକ ଏବଂ କେତେକ କଲେଜ । ବଲାଙ୍ଗୀର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ
ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୮ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ୧୫.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କକାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨୧.୨୯ କୋଟିଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ମା’ ସମଲେଇଙ୍କ ମନ୍ଦିର, ଗୋପାଳଜୀମନ୍ଦିର, ପାଟଣେଶ୍ୱରୀ ମନ୍ଦିର, କୋଶଳ କଳାମଣ୍ଡଳ ଗ୍ରାଉଣ୍ଡର ବିକାଶ, ·ନ୍ଦିଲି ପାହାଡପର୍ଯ୍ୟଟନ ପ୍ରକଳ୍ପ ଏବଂ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ସ୍କୁଲ ଓ କଲେଜ, ଲୋୟରସୁକତେଲ କଲୋନୀରେ ପ୍ରାଥମିକ ବିଦ୍ୟାଳୟର ରୂପାନ୍ତର, କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୧ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକଅନୁଷ୍ଠାନ ପାଇଁ ୧୧.୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୬.୫୦କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ରାଣିପୁର ଝରିଆଲ ମନ୍ଦିରରସୌନ୍ଦର୍ଯ୍ୟକରଣ ଏବଂ ୩ଟି ଡିଗ୍ରୀ କଲେଜର ଉନ୍ନତୀକରଣ । ଲୋଇସିଙ୍ଗା ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୩୨ଟି ଶିକ୍ଷାନୁଷ୍ଠାନ ଓଧାର୍ମିକ ଅନୁଷ୍ଠାନ ପାଇଁ ୧୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୩୮କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ମଧ୍ୟରେ ରହିଛି ଯୋଗେଶ୍ୱର ମନ୍ଦିର, ସ୍ୱାଧୀନତାସଂଗ୍ରାମୀ ମାଝୀ ମାନ୍ଧାତାଙ୍କ ସ୍ମୃତିରେ ଏକ ଐତିହ୍ୟ କେନ୍ଦ୍ର ସ୍ଥାପନ ଏବଂ ୩ଟି ଡିଗ୍ରୀକଲେଜ । ଏହିପରି ବଲାଙ୍ଗୀର ଜିଲ୍ଲାରେ ୩୨ଟି ପ୍ରକଳ୍ପ ପାଇଁ ୨୩୪.୭୦ କୋଟିଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଏହି କାର୍ଯ୍ୟକ୍ରମରେମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀଟୁକୁନି ସାହୁ, ବିଧାୟକ ଅନନ୍ତ ଦାସ, ବିଧାୟକ ନିତ୍ୟାନନ୍ଦ ସାହୁ, ବିଧାୟକ ସ୍ୱରୂପଦାସ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ସରୋଜ ମେହେରଙ୍କ ସମେତଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେ କହିଥିଲେ ଯେ ଗତ ୨୩ ବର୍ଷମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ·ଲିଛି ନିରନ୍ତର ବିକାଶ ।ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ

Leave A Reply

Your email address will not be published.