ଭୁବନେଶ୍ବର ୨୪।୦୨: ରାଜ୍ୟରେ ଏବେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୮୩୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.