୨ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି

143

ଭୁବନେଶ୍ୱର, 24 ଅଗଷ୍ଟ  – ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ବ୍ୟାପ୍ତି ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଂଚଳରେ ବର୍ଷା ଲାଗିରହିଛି । ରାଜଧାନୀରେ ମଧ୍ୟ ଝିପିଝିପି ବର୍ଷା ଜାରି ରହିଛି । ଅଗଷ୍ଟ ୨୪ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ଉତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହୋଇପାରେ । ଅପରପକ୍ଷରେ ପାଣିପାଗ ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆରସି)ଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ( ୭ରୁ ୨୦ ସେମି) ସମ୍ଭାବନା ଥିବାରୁ ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାଗୁଡ଼ିକରେ ୭ରୁ ୧୧ସେମି ବର୍ଷା ହୋଇପାରେ । ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୨୫ ତାରିଖ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ପାଇଁ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.