ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ। ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ୯ ତାରିଖରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ସେହିପରି ୧୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଏହାର ପ୍ରଭାବ ରହିବ ବୋଲି ଆକଳନ କରାଯାଇଛି। ୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ। । ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ସୋନପୁର ଓ ବରଗଡ଼। ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
Sign in
Sign in
Recover your password.
A password will be e-mailed to you.