କେନ୍ଦ୍ର ସରକାରଙ୍କ ପାଖରେ ଅଟକି ରହିଥିଲା ଫସଲ ବୀମା : ସସ୍ମିତ ପାତ୍ର

158

ଭୁବନେଶ୍ୱର, 15 ନଭେମ୍ବର  – ବରଗଡ଼ ଜିଲ୍ଲା ବିଶେଷ କରି ପଦ୍ମପୁର ନିର୍ବାଚନ ମଣ୍ଡଳୀର ଚାଷୀଙ୍କୁ ବକେୟା ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ତୁରନ୍ତ ପ୍ରଦାନ ନେଇ କେନ୍ଦ୍ର କୃଷି ମନ୍ତ୍ରୀ ନୋରେନ୍ଦ୍ର ସିଂ ତୋମାର ଆଜି ଯେଉଁ ଟୁଇଟ୍ କରିଛନ୍ତି, ସେଥିରୁ ଗୋଟିଏ କଥା ସ୍ପଷ୍ଟ ହୋଇଯାଇଛି ଯେ, ଏଯାଏ ଏହା କେନ୍ଦ୍ର ସରକାର ହିଁ ଦେଇ ନ ଥିଲେ । ତେଣୁ ଏବେ ଚାଷୀଙ୍କୁ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀ ବୀମା କମ୍ପାନିଗୁଡ଼ିକୁ ନିର୍ଦ୍ଦେଶ ଦେଉଛନ୍ତି । କେନ୍ଦ୍ର କୃଷି ମନ୍ତ୍ରୀଙ୍କ ଟୁଇଟ୍ ର ଜବାବ ଦେଇ ଟୁଇଟରରେ ଏଭଳି ମନ୍ତବ୍ୟ ଦେଇଛନ୍ତି, ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଜ୍ୟସଭା ସାଂସଦ ଡ.ସସ୍ମିତ ପାତ୍ର ।
ଡ.ପାତ୍ର କହିଛନ୍ତି ଯେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ନଭେମ୍ବର ୭ ତାରିଖ ଦିନ ବୈଷୟିକ ପରାମର୍ଶଦାତା କମିଟି ଏ ନେଇ ନିର୍ଦ୍ଦେଶନାମା ଜାରି କରିଥିଲେ । ଏହାର ଦୁଇ ଦିନ ପରେ ନଭେମ୍ବର ୯ ତାରିଖ ଦିନ ଓଡ଼ିଶାର ସମବାୟ ମନ୍ତ୍ରୀ କେନ୍ଦ୍ର କୃଷିମନ୍ତ୍ରୀଙ୍କୁ ସାକ୍ଷାତ କରି ତୁରନ୍ତ ରାଜ୍ୟର ବଂଚିତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ କରିବାକୁ ଅନୁରୋଧ କରିଥିଲେ । ଏହି ବୀମା ରାଶି ପ୍ରଦାନ ପାଇଁ କେନ୍ଦ୍ର ନିର୍ଦ୍ଦେଶ ଦେବା ପେର ଏହା ପ୍ରଦାନ କରିବା ବୀମାକମ୍ପାନିଗୁଡ଼ିକର କାମ । ଏଥିରେ ରାଜ୍ୟ ସରକାରଙ୍କର କୌଣସି ଭୂମିକା ନାହିଁ । ଯଦି କେନ୍ଦ୍ର ସରକାର ପୂର୍ବରୁ ଏହି ନିଷ୍ପତି ନେଇଥାନ୍ତେ, ତେବେ ବରଗଡ଼ ଜିଲ୍ଲା ଏବଂ ପଦ୍ମପୁର ନିର୍ବାଚନ ମଣ୍ଡଳୀର ହଜାର ହଜାର ଚାଷୀଙ୍କୁ ଏତେ ଦିନ ଧରି ଦୁର୍ଦ୍ଦଶାରେ କାଳ କାଟିବାକୁ ପଡ଼ି ନ ଥାନ୍ତା ।

Leave A Reply

Your email address will not be published.