ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୫୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୬୭୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୯୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୮୦୨ ରହିଛି ।ଆଜି ଚିହ୍ନଟ ହୋଇଥିବା ୫୪ ଜଣଙ୍କ ମଧ୍ୟରୁ ୩୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୫ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।ବାଲେଶ୍ୱର ଜିଲ୍ଲାରେ ୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୦୧ ଓ ଭଦ୍ରକ ଜିଲ୍ଲାରେ ୦୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କଟକ ଜିଲ୍ଲାରୁ ୩ ଓ ଦେବଗଡ ଜିଲ୍ଲାର ୧ ତଥା ଢେଙ୍କାନାଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଗଜପତି, ଗଂଜାମ, ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କନ୍ଧମାଳ, କେନ୍ଦ୍ରାପଡା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ମୟୂରଭଞ୍ଜ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର , ନୟାଗଡ ଓ ନୂଆପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ପୁରୀ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସମ୍ବଲପୁରରୁ ୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତିି । ସୁନ୍ଦରଗଡ଼ରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।