ଗୋଟିଏ ଦିନରେ ୧୧୯୬ କରୋନା ଆକ୍ରାନ୍ତ ଚିହ୍ନଟ.ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୦୧୯୯୫

169

ଭୁବନେଶ୍ୱର, ୨୧ ଜୁଲାଇ – ରାଜ୍ୟରେ ଗୋଟିଏ ଦିନରେ ୧୧୯୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୦୩୧୯୧ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୧୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୯୧୫ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୭୦୯୩ ରହିଛି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ ସଂଗରୋଧରୁ ଓ ୪୯୭ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.