ଡବଲ୍ ହେଲମେଟ୍ ବାଧ୍ୟତାମୂଳକ

706

ଭୁବନେଶ୍ବର ୮।୧୨: ଏଣିକି କେବଳ ବାଇକ୍‌ ଚାଳକ ହେଲମେଟ୍‌ ପିନ୍ଧିଲେ ଚଳିବ ନାହିଁ । ବାଇକ୍ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ୍ ପିନ୍ଧିବା ବାଧ୍ୟତାମୂଳକ । ଜାନୁଆରୀ ପହିଲାରୁ କଡାକଡି ହେବ ଟ୍ରାଫିକ୍ ନିୟମ । ବାଇକ୍ ରେ ଯାଉଥିଲେ ଦୁଇ ଜଣ ହେଲମେଟ୍ ପିନ୍ଧିବା ନିୟମ କଡାକଡି କାର୍ଯ୍ୟକାରୀ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏହି ଆଇନ ୨୦୧୯ ମସିହାରୁ ପାସ୍ ହେଲାଣି । କିନ୍ତୁ କରୋନା ମହାମାରୀ ପାଇଁ ଏହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ । ଯଦି ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍‌ ପିନ୍ଧି ନଥିବେ ତେବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବ। ମୋଟର ଯାନ ଆକ୍ଟ ୨୦୧୯ ଆଧାରରେ ଏହି ନିୟମ ରାଜ୍ୟରେ କଡାକଡି ପାଳନ କରାଯିବ ବୋଲି ରାଜ୍ୟ ପରିବହନ ପ୍ରାଧୀକରଣ (ଏସଟିଏ) ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ଜନସାଧାରଣଙ୍କ ଜନ ଜୀବନ ସୁରକ୍ଷା ଦାୟିତ୍ବ ସରକାରଙ୍କ ଲକ୍ଷ୍ୟ । ଏବେ ଲୋକ ସଚେତନ ହେଲେଣି । ସମସ୍ତେ ସଚେତନ ହେବେ । ଏଣିକି ଜୋରଦାର ଚେକିଂ ହେବ । ଏହାସହ ଡ୍ରାଇଭିଂ ଲାଇସେନ୍ସ କାର୍ଯ୍ୟ ବି ଆରମ୍ଭ ହୋଇଗଲାଣି । ୫ ଲକ୍ଷ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ କାର୍ଯ୍ୟ ଆରମ୍ଭ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.