ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Chief Minister meets BJP President JP Nadda in Delhi

13

ନୂଆଦିଲ୍ଲୀ/ଭୁବନେଶ୍ୱର, : ଆଜି ଦିଲ୍ଲୀରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଛନ୍ତି ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ନଡ୍ଡାଙ୍କୁ ଭେଟିଥିବା ଏକ୍ସରେ ପୋଷ୍ଟ କରି ଜଣାଇଛନ୍ତି । ଏକ୍ସ ପୋଷ୍ଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଫଟୋ ସେୟାର କରିଥିବା ଜଣାପଡିଛି । ଫଟୋରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ନଜର ଆସିଛନ୍ତି । ଫଟୋ ସେୟାର କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି, \”ଆଜି ନୂଆଦିଲ୍ଲୀ ଠାରେ ଆମ ଦଳର ମାନନୀୟ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ରସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି । ଏହି ଅବସରରେ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶା ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟ, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପରିଯୋଜନା ଓ ଭବିଷ୍ୟତ ରୂପରେଖ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.