ଦିଲ୍ଲୀ ଏମ୍ସ ଏୟାରଲିଫ୍ଟ ହୋଇପାରନ୍ତି ଅଭିଜିତ ମଜୁମଦାର

Delhi AIIMS airlift may be possible by Abhijit Majumdar

16

ଭୁବନେଶ୍ୱର, : ଓଡ଼ିଶାର ଲୋକପ୍ରିୟ ସଙ୍ଗୀତ ନିଦେ୍ର୍ଦଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଖର୍ଚ୍ଚ ଓଡ଼ିଶା ସରକାର ବହନ କରିବେ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଘୋଷଣା କରିଛନ୍ତି । ଅଭିଜିତ ବର୍ତ୍ତମାନ ଏମ୍ସ-ଭୁବନେଶ୍ୱରର ଆଇସିୟୁରେ ଭେଣ୍ଟିଲେଟର ସହାୟତାରେ ଚିକିତ୍ସାଧୀନ ଅଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ମହାଲିଙ୍ଗ ରବିବାର ଏମ୍ସ-ଭୁବନେଶ୍ୱର ପରିଦର୍ଶନ କରି ଅଭିଜିତଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଖବର ନେଇଛନ୍ତି । ସେ କହିଛନ୍ତି, ଅଭିଜିତଙ୍କ ଅବସ୍ଥାରେ ସାମାନ୍ୟ ଉନ୍ନତି ହୋଇଛି । ତାଙ୍କ କିଡନୀ ଓ ଯକୃତର ସମସ୍ୟା ରହିଛି, ତେବେ ସେ ଏବେ ବି କୋମାରେ ଅଛନ୍ତି । ଆବଶ୍ୟକ ହେଲେ ମଜୁମଦାରଙ୍କୁ ଉନ୍ନତ ଚିକିତ୍ସା ପାଇଁ ଏମ୍ସ-ଦିଲ୍ଲୀକୁ ଏୟାରଲିଫ୍ଟ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଅଗଷ୍ଟ ୨୭ରେ ଗଣେଶ ପୂଜା ସମୟରେ ସଙ୍ଗୀତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ସମସ୍ୟା ଅନୁଭବ କରିବା ପରେ ମଜୁମଦାରଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅନ୍ୟ ଏକ ଘରୋଇ ହସ୍ପିଟାଲର ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା । ସେପ୍ଟେମ୍ବର ୪ରେ ତାଙ୍କୁ ଏମ୍ସ-ଭୁବନେଶ୍ୱରକୁ ରେଫର କରାଯାଇଥିଲା, ଯେଉଁଠାରେ ତାଙ୍କୁ ହାଇପରଟେନସନ, ହାଇପୋଥାଇରଏଡିଜମ ଓ କ୍ରନିକ ଯକୃତ ରୋଗ ସମେତ ବିଭିନ୍ନ
ସ୍ୱାସ୍ଥ୍ୟ ସମସ୍ୟା ଚିହ୍ନଟ ହୋଇଛି ।

Leave A Reply

Your email address will not be published.