ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ଆଜି କରିବେ ଦ୍ୱିତୀୟ ବିବାହ

158

ଚଣ୍ଡୀଗଡ଼, ୦୭ ଜୁଲାଇ (ଡିକେ ନ୍ୟୁଜ) – ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ପୁଣିଥରେ ବିବାହ କରିବାକୁ ଯାଉଛନ୍ତି । ଆଜି ଚଣ୍ଡୀଗଡ଼ରେ ଆୟୋଜିତ ହେବାକୁଥିବା ଏକ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି । ଏହି କାର୍ଯ୍ୟକ୍ରମରେ ଅଧିକ ଲୋକଙ୍କୁ ଡକାଯାଇ ନାହିଁ । ତେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲ ପରିବାର ସହିତ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମ ନିରାଡ଼ମ୍ବର ଭାବେ ଅନୁଷ୍ଠିତ ହେବ ।

Leave A Reply

Your email address will not be published.