ପବିତ୍ର ରାମ ନବମୀ ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର ରଘୁନାଥ ବେଶରେ ଦର୍ଶନ ଦେବେ ମହାବାହୁ

479

ଡୁମାଣୀ ଟିଭି,୧୦/୪:ଆଜି ପବିତ୍ର ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ରାମଜନ୍ମ ନୀତି। ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପରେ ଏହି ଜନ୍ମନୀତି ପାଳନ ହେବ। ରାମ ଜନ୍ମ ଠାରୁ ଆରମ୍ଭ କରି ଯଜ୍ଞ ରକ୍ଷା, ସୀତାବିବାହ ସହ ରାବଣ ବଦ୍ଧ ପର୍ଯ୍ୟନ୍ତ ସମସ୍ତ ରାମଲୀଳା ନୀତି ଶ୍ରୀମନ୍ଦିରରେ ପ୍ରତ୍ୟେକ ଦିନ ପାଳନ ହେବ।

ସେହିପରି ଆଜିଠାରୁ ବିଭିନ୍ନ ସାହିରେ ସାହିଯାତ କରାଯାଇ ଏହି ରାମଲୀଳା ପର୍ବକୁ ପାଳନ କରିବାର ପରମ୍ପରା ରହିଛି। କରୋନା ମହାମାରୀ ଯୋଗୁଁ ଗତ ଦୁଇବର୍ଷ ଧରି ଏହି ସାହିଯାତର ବିଭିନ୍ନ ପର୍ଯ୍ୟାୟକୁ ନିରାଡ଼ମ୍ୱର ଭାବେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଏହାକୁ ବେସ୍ ଧୁମଧାମରେ ପାଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି।

ପୁରୀ ରେଳଷ୍ଟେସନ ନିକଟ ଶ୍ରୀରାମ ମନ୍ଦିର ସକାଳୁ ସକାଳୁ ଭକ୍ତଙ୍କ ଭିଡ ଜମିଛି। ପ୍ରଭୁ ଶ୍ରୀରାମଙ୍କ ଉପରେ ଆସ୍ଥା ଓ ବିଶ୍ୱାସ ରଖୁଥିବା ଭକ୍ତ ଶ୍ରଦ୍ଧାଳୁ ମାନେ ସକାଳୁ ମନ୍ଦିର ଆସି ଦର୍ଶନ କରୁଛନ୍ତି। ଭକ୍ତ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀରାମ ମନ୍ଦିର କମିଟି ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ପବିତ୍ର ରାମ ନବମୀ ପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର
Leave A Reply

Your email address will not be published.