ପଳାଶୁଣିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , କାରକୁ ପଛରୁ ପିଟିଲା ଟ୍ରକ

193

ଡୁମାଣୀ ଟିଭି,୪/୪ : ପଳାଶୁଣିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ।କାରକୁ ପଛରୁ ପିଟିଲା ଟ୍ରକ । ଏହି ଦୁର୍ଘଟଣାରେ ଡ୍ରାଇଭର ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।
ଖବର ଅନୁଯାୟୀ, ସୋମବାର ଦିନ ସକାଳ ସମୟରେ ପଳାଶୁଣି ଛକରେ ଘଟିଲା ଦୁର୍ଘଟଣା । ଏକ ଟ୍ରକଟି ଭାରସାମ୍ୟ ହରାଇ ସିରିଜି୍ ଦୁର୍ଘଟଣା ଘଟାଇଛି । ଏକ କାର୍କୁ ପଛ ପଟୁ ଧକ୍କା ଦେଇଥିଲେ ଟ୍ରକ, ଏହାପରେ ଏକ ବାଇକ୍କୁ ସହିତ ମଧ୍ୟ ଧକ୍କା ଦେଇଥିଲା । ଏହି ସିରିଜ୍ ଦୁର୍ଘଟଣାରେ କାର୍ଟି ସଂପୂର୍ଣ୍ଣ ଭାଙ୍ଗି ଚୁର୍ମାର ହୋଇଯାଇଥିବା ବେଳେ ପଲ୍ସର ବାଇକ୍ ମଧ୍ୟ ଭାଙ୍ଗିଯାଇଛି ।
ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି । ଏହାସହିତ ଏହି ସିରିଜ ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ପୋଲିସ ତାଙ୍କ ମୃତଦେହକୁ ଜବତ କରି ମେଡିକାଲକୁ ପଠାଇଛି ।
ସେହିପରି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଅନେକ ସମୟ ଧରି ରାସ୍ତାଘାଟ ଜାମ୍ ହୋଇଥିଲା । ଯାହାଫଳରେ ଲୋକମାନଙ୍କ ଯିବାଆସିବାରେ ଅସୁବିଧା ହେଉଥିଲା ।

ପଳାଶୁଣିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , କାରକୁ ପଛରୁ ପିଟିଲା ଟ୍ରକ
Leave A Reply

Your email address will not be published.