ପ୍ରବଳ ବର୍ଷା ସମ୍ଭାବନା

186

ଭୁବନେଶ୍ୱର , 22 ଜୁଲାଇ (ହି.ସ.) – ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତମାନ ଉତର ଓଡ଼ିଶା ଏବଂ ପଡ଼ୋଶୀ ଅଂଚଳ ଉପରେ ଅବସ୍ଥିତ ରହିଛି । ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୩ରୁ ୨୪ ତାରିଖ ମଧ୍ୟରେ ସୁନ୍ଦରଗଡ, ବରଗଡ ଓ ଝାରସୁଗୁଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ଦେବଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗିର , କଳାହାଣ୍ଡି, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.