ବାରବାଟୀ ଟି-୨୦ ମ୍ୟାଚକୁ ନେଇ ଉତ୍ସାହିତ ଦର୍ଶକ । ବାରବାଟୀ ମଧ୍ୟ ସମ୍ପୂର୍ଣ ପ୍ରସ୍ତୁତ ,ଉଭୟ ଦଳର ଖେଳାଳି ଗତକାଲି ଭୁବନେଶ୍ୱର ରେ ପହଂଚି ସାରିଛନ୍ତି । ସରକାର ଙ୍କ ତରଫରୁ ମଧ୍ୟ ସବୁ ସୁ ବନ୍ଦବସ୍ତ ହୋଇସାରିଛି । ତେବେ ମ୍ୟାଚ୍ ନେଇ ଦର୍ଶକଙ୍କ ଯିବା ଆସିବା ନିମନ୍ତେ ସ୍ୱତନ୍ତ୍ର ମୋ ବସ୍ ସେବା ଯୋଗାଇ ଦିଆଯିବ । ଭୁବନେଶ୍ୱରରୁ ବାରବାଟୀକୁ ଦୁଇଟି ରୁଟରେ ସ୍ୱତନ୍ତ୍ର ମୋ ବସ୍ ଚାଲିବ । ପ୍ରଥମ ରୁଟରେ ବସ ମାଷ୍ଟରକ୍ୟାଣ୍ଟିନରୁ ଭାୟା ରସୁଲଗଡ ଦେଇ ବାରବାଟୀ ଷ୍ଟାଡିୟମ ଯିବ । ଦ୍ୱିତୀୟ ରୁଟରେ ବରମୁଣ୍ଡା ବସଷ୍ଟାଣ୍ଡରୁ ଭାୟା ପଟିଆ ଦେଇ ବାରବାଟୀ ଷ୍ଟାଡିୟମ ଯିବ ମୋ ବସ୍ । ଏହି ସ୍ୱତନ୍ତ୍ର ବସର ଭଡା ୪୦ ଟଙ୍କା ରଖାଯାଇଛି । ଏନେଇ କ୍ୟାପିଟାଲ ରିଜିୟନ ଅର୍ବାନ ଟ୍ରାନ୍ସପୋର୍ଟ (CRUT) ପକ୍ଷରୁ ସୂଚନା ଦିଆଯାଇଛି।ମ୍ୟାଚ୍ ସନ୍ଧ୍ୟା ୭ଟାରୁ ୧୧ଟା ମଧ୍ୟରେ ଖେଳାଯିବ। ବରମୁଣ୍ଡା ବସଷ୍ଟାଣ୍ଡ ଏବଂ ମାଷ୍ଟର କ୍ୟାଣ୍ଟିନରୁ ମଧ୍ୟାହ୍ନ ୧୨ଟା୩୦ ରୁ ଷ୍ଟାଡିୟମ ପର୍ଯ୍ୟନ୍ତ ସ୍ଵତନ୍ତ୍ର ମୋ ବସ୍ ଉପରୋକ୍ତ ଦୁଇଟି ରୁଟ୍ରେ ଚଳାଚଳ କରିବ। ସେହିପରି ମ୍ୟାଚ୍ ସରିବା ପରେ ରାତି ୧୧ଟା ୩୦ରୁ ଦର୍ଶକଙ୍କୁ ନେଇ ମୋ ବସ୍ ଷ୍ଟାଡିୟମରୁ ବରମୁଣ୍ଡା ବସଷ୍ଟାଣ୍ଡ ଏବଂ ମାଷ୍ଟର କ୍ୟାଣ୍ଟିନ ଅଭିମୁଖେ ଯାତ୍ରା କରିବ।
Sign in
Sign in
Recover your password.
A password will be e-mailed to you.