ଭୁବନେଶ୍ୱର ୧୩।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୬୨୬ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୩ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜମ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.