ଭୁବନେଶ୍ୱର ୨୬।୧୨: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୩୮୮୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୭ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୧୨ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୮୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୩୭୮୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୨୨୮୭୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
Sign in
Sign in
Recover your password.
A password will be e-mailed to you.