ଭୁବନେଶ୍ୱର, ୦୩ ନଭେମ୍ବର – ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ନିୟୋଜିତ ପୋଲିଂ ଅଫିସର୍ ନଟବର ମୁଣ୍ଡାଙ୍କ ଅକାଳ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ହୋଇଥିଲା । ଗତକାଲି ରାତିରେ ନଟବର ମୁଣ୍ଡା ଭୀଷଣ ଅସୁସ୍ଥ ହୋଇପଡ଼ିଥିଲେ । ପରିବାର ଲୋକେ ଗତକାଲି ତାଙ୍କୁ ଭଦ୍ରକ ମେଡ଼ିକାଲରେ ଭର୍ତି କରିଥିଲେ । ରାତିରେ ସେ ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କର ବିୟୋଗକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିୟମ ଅନୁଯାୟୀ, ମୃତ ପୋଲିଂ ଅଧିକାରୀ ନଟବର ମୁଣ୍ଡାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ସେ ଘୋଷଣା କରିଛନ୍ତି ।
Sign in
Sign in
Recover your password.
A password will be e-mailed to you.