ସମ୍ବଲପୁର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ହୋଇଥିବା ବେଳେ ପ୍ରାର୍ଥିପତ୍ର ଦାଖଲ କଲେ ଅଳକା ମହାନ୍ତି । ନିଜର ଶହ ଶହ ସମର୍ଥକଙ୍କ ଗହଣରେ ଯାଇ ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡିର ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ।ବିଜେଡିରୁ ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଭାବେ କିଶୋର ପଟେଲ୍ ଓ ବିଜେପି ପକ୍ଷରୁ ରାଧାରାଣୀ ପଣ୍ଡା ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତେଣୁ ମୈଦାନରେ ତ୍ରିମୁଖୀ ଲଢ଼େଇ ହେବା ସ୍ପଷ୍ଟ ହୋଇଛି । ଆଜି ଅଳକା ମହାନ୍ତି ନିଜ ଶହ ଶହ ସମର୍ଥକଙ୍କ ଗହଣରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଇଥିବା ବେଳେ ଏହି ରାଲିରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ରାଜ୍ୟ ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ, ସ୍ନେହାଙ୍ଗୀନ ଛୁରିଆ, ଶ୍ରମ ମନ୍ତ୍ରୀ ସୁଶାନ୍ତ ସାହୁ ପ୍ରମୁଖ ସାମିଲ ହୋଇଥିଲେ। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା କରି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି କହିଛନ୍ତି, ଲୋକଙ୍କ ନିକଟକୁ ଯିବି, ସେମାନଙ୍କ ସମସ୍ୟା ଦୂର କରିବାକୁ ପ୍ରତିଶ୍ରୁତି ଦେବି । ଏହି ନିର୍ବାଚନ ମଣ୍ଡଳୀ ମୋ ପାଇଁ ନୂଆ ନୁହେଁ। ଏହା ମୋ ସ୍ୱାମୀଙ୍କ ନିର୍ବାଚନ ମଣ୍ଡଳୀ। ଏଠାରେ ସେମାନେ ସମସ୍ତେ ମୋ’ ସହ ଅଛନ୍ତି। ମୁଖ୍ୟମନ୍ତ୍ରୀ ଯାହାକୁ ପ୍ରାର୍ଥୀ କରିବେ, ସେ ଜିତିବା ସୁନିଶ୍ଚିତ । ତେଣୁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଅଳକା ମହାନ୍ତି ବିପୁଳ ଭୋଟରେ ଜିତିବେ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । ଆଜି ନାମାଙ୍କନ ଦାଖଲର ଶେଷ ଦିନ ଥିବାରୁ କଂଗ୍ରେସ ପ୍ରାର୍ଥୀ ଭାବେ କିଶୋର ପଟେଲ୍ ଓ ବିଜେପି ରାଧାରାଣୀ ପଣ୍ଡା ମଧ୍ୟ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
Sign in
Sign in
Recover your password.
A password will be e-mailed to you.