ସମ୍ଭାବ୍ୟ ବନ୍ୟା ପରିସ୍ଥିତି ନେଇ ଜ଼ିଲ୍ଲା ପ୍ରଶାସନର ପ୍ରସ୍ତୁତି

236

ସମ୍ଭାବ୍ୟ ବାତ୍ୟା ନେଇ ଜ଼ିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି । ଜିଲ୍ଲାରେ ରାଜୁଆ ଓ ଦୟା ନଦୀ ରେ ବନ୍ୟା ଜଳ ପ୍ରଭାବରେ ବାଲିଅନ୍ତା, ବାଲିପାଟଣା ଓ ଖୋରଧା ବ୍ଲକରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ତିନୋଟି ବ୍ଲକର ୧୦ଟି ପଞ୍ଚାୟତର ୧୬ଟି ଗ୍ରାମର ୪୪୯୮ ଜଣ ପ୍ରଭାବିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୩୮ ଜଣଙ୍କୁ ସ୍ଥାନାନ୍ତରିତ କରାଯାଇ ବାତ୍ୟା ଆଶ୍ରୟସ୍ଥଳୀରେ ସୁରକ୍ଷିତ ଭାବେ ରଖାଯାଇଥିବା ନେଇ ଖୋର୍ଦ୍ଧା ର ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ ସୂଚନା ଦେଇଛନ୍ତି । ସେମାନଙ୍କ ନିମନ୍ତେ ଖାଦ୍ୟ ଓ ପାନୀୟ ବ୍ୟବସ୍ଥା କରାଯାଇଛି । ବାଲିଅନ୍ତାର ୩ଟି ଓ ଖୋରଧା ବ୍ଲକର ୨ଟି ସ୍ଥାନରେ ଫ୍ରି କିଚେନ ବ୍ୟବସ୍ଥା କରାଯାଇଛି । ସେହିପରି ବାଲିପାଟଣା ବ୍ଲକରେ ଏନଡ୍ରାଫ ଓ ଖୋରଧା ବ୍ଲକରେ ଓଡ୍ରାଫ ଟିମ ମୁତୟନ କରାଯାଇଛି । ୮ଟି ଯନ୍ତ୍ରଚାଳିତ ଡଙ୍ଗା ସମେତ ୫୮ଟି ଡଙ୍ଗା ପ୍ରସ୍ତୁତ କରାଯାଇଛି । ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସେଥିପ୍ରତି ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ପୂର୍ବରୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ପରାମର୍ଶ ଦେଇଛନ୍ତି । ପଶୁଖାଦ୍ୟ ଓ ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବାକୁ କୁହାଯାଇଛି । ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ ପ୍ରମୁଖ ବାଣପୁରର କିଛି ଅଞ୍ଚଳ ବୁଲି ଦେଖିବା ସହ ଜଳ ନିଷ୍କାସନ ସଂପର୍କରେ ପଦକ୍ଷେପ ନେବା ନିମନ୍ତେ ଅଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ।

Leave A Reply

Your email address will not be published.