ହୀରାକୁଦ ଜଳଭଣ୍ଡାରରୁ ୩୪ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ

179

ସମ୍ବଲପୁର, ୧୫ ଅଗଷ୍ଟ – ସୋମବାର ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୩୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ୨୬ଟି ସ୍ଲୁଇସ୍ ଗେଟ୍ ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୮ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୯ ଲକ୍ଷ ୭ ହଜାର ୯୩୧ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୩୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୫ ଲକ୍ଷ ୭୧ ହଜାର ୧୫ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଆଜି ଦିନ ୧୨ଟା ସୁଦ୍ଧା ୬୨୦.୭୩ ଫୁଟ୍ ରହିଛି ।

Leave A Reply

Your email address will not be published.