୨୬ରୁ ଆଦିବାସୀ ମେଳା: ରାଜଧାନୀରେ ମିଳିବ ଗାଁ ମାଟିର ବାସ୍ନା

67

Get real time updates directly on you device, subscribe now.

ଭୁବନେଶ୍ୱର, ଜାନୁଆରୀ ୨୬ରୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ-୧ ସ୍ଥିତ ଆଦିବାସୀ ପଡ଼ିଆରେ ଜାନୁଆର ୨୬ରୁ ଫେବୃଆରୀ ୫ ଯାଏଁ ଏହି ମେଳାଚାଲିବ। ସ୍ମାର୍ଟସିଟି ଭୁବନେଶ୍ୱରରୁ ମିଳିବ ଗାଁ ମାଟିର ବାସ୍ନା। ପାରମ୍ପରିକ ଆଦିବାସୀ ହାଟ, ଆଦିବାସୀ କଳା ଓ ହସ୍ତଶିଳ୍ପର ଷ୍ଟଲଗୁଡ଼ିକ ବୁଲିବା ସହ ରାଜଧାନୀବାସୀ ମାଟି ପଲମରୁ ଚକୁଳି, କାଠ ଚୁଲି ତିଆରି ମଣ୍ଡା ଆରିସା ଖାଇବା ସହ ବିଭିନ୍ନ ସାମଗ୍ରୀ କିଣି।ରିବେ। ଏଥି।ଇଁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ। ଗୋଟିଏ ସ୍ଥାନରେ ଜମିବ ଖାଦ୍ୟପେୟ, ସଂସ୍କୃତି ଓ ଆଦିବାସୀଙ୍କ ନିତିଦିନିଆ ଚାଲିଚଳନିର ଆସର। ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଏହି ଆଦିବାସୀ ମେଳାରେ ପାରମ୍ପରିକ ଆଦିବାସୀ ହାଟ, ଆଦିବାସୀ କଳା ଓ ହସ୍ତଶିଳ୍ପର ଷ୍ଟଲଗୁଡ଼ିକ ରହିବ। ୨୨ଟି ସମନ୍ୱିତ ଆଦିବାସୀ ବିକାଶ ସଂସ୍ଥା, ୧୭ଟି ସୂକ୍ଷ୍ମ ପରିଯୋଜନା କ୍ଷେତ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଦ୍ୱାରା ଏହି ମେଳା ଆୟୋଜିତ ହେବ। ଚଳିତବର୍ଷ ଆଦିବାସୀ ହାଟରେ ମୁଖ୍ୟତଃ କୁଟିଆ କନ୍ଧ, ସାନ୍ତାଳୀ, ପାଉଡ଼ି ଭୂୟାଁ, ଖରିଆ ଓ ମାଙ୍କିଡ଼ିଆ, ଜୁଆଙ୍ଗ, ମୁଣ୍ଡା, ଗଡ଼ବା, ଡଙ୍ଗରିଆ କନ୍ଧ, ଲାଞ୍ଜିଆ ସୌରା, ବଣ୍ଡା ଓ ଚକୁଟିଆ ଭୁଞ୍ଜିଆ ପ୍ରମୁଖ ଜନଜାତି ସମ୍ପ୍ରଦାୟର ସଦସ୍ୟମାନେ ଯୋଗ ଦେବେ। ୧୧ଦିନ ଧରି ପାରମ୍ପରିକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ୩୯ଟି ସାଂସ୍କୃତିକ ଗୋଷ୍ଠୀ ଆଦିବାସୀ ନୃତ୍ୟ ପରିବେଷଣ କରିବା ସହ ବିଭାଗ ଦ୍ୱାରା ଆୟୋଜିତ ନାଟକ ମଂଚସ୍ଥ ହେବ। ଏହି ମେଳା ଅପରାହ୍ନ ସାଢେ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।

Get real time updates directly on you device, subscribe now.

Leave A Reply

Your email address will not be published.