୫ ଦିନ ଯାଏଁ ବର୍ଷା ସମ୍ଭାବନା

166

ଭୁବନେଶ୍ୱର, 8 ଜୁଲାଇ – ଉତର-ପଶ୍ଚିମ ପାର୍ଶ୍ୱବର୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଦକ୍ଷିଣ ଓଡିଶା ଏବଂ ଉତର ଆନ୍ଧ୍ର ସମୁଦ୍ର ଅଞ୍ଚଳରେ ଆଜି ମଧ୍ୟ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଜାରି ରହିଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ମାଲକାନଗିରି, କୋରାପୁଟ , ରାୟଗଡା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୪ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ , ଗଂଜାମ , ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୯ରୁ ୧୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର , ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ , କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.