ରାଜ୍ୟରେ ଗୋଟିଏ ଦିନରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦

138
ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୧୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୪୩୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୧୧୪୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୩୨୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୧୩୦ ଜଣଙ୍କ ମଧ୍ୟରୁ ୭୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୫୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୪ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୩୨ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରୁ ୩ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକରୁ ୧ ଜଣ ସଂକ୍ରମିତ ହୋଇଥିବା ବେଳେ ବଲାଙ୍ଗୀରରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇ ନ ଥିବା ବେଳେ କଟକରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୩ ଜମଣ ସଂକ୍ରମିତ ହୋଇଥିବା ବେଳେ ଢେଙ୍କାନାଳରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଗଜପତି ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଂଜାମ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଜଗତସିଂହପୁରରୁ ୪, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡାରୁ ୨ ତଥା କେନ୍ଦୁଝର ଜିଲ୍ଲାରୁ ୨ ତଥା ଖୋର୍ଦ୍ଧାରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ଓ ମାଲକାନଗିରିରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନୟାଗଡ ଜିଲ୍ଲାରୁ କେହି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ନୂଆପଡ଼ାରୁ ୬ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୭ ଜଣ ଓ ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୩୨ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧ ଜଣ ଚିହ୍ନଟ ହୋଇଛନ୍ତି ।
Leave A Reply

Your email address will not be published.