ରାଜ୍ୟରେ ଗୋଟିଏ ଦିନରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ

163

-ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୯୦୪

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୨୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୯୦୪ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୬୪୮୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୪୪୯ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୧୦ ଜଣଙ୍କ ମଧ୍ୟରୁ ୧୨୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୧ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୧୨ ଜଣ ତଥା ବୌଦ୍ଧ ଜିଲ୍ଲାରେ ଜଣେ ହେଲେ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।

କଟକ ଜିଲ୍ଲାରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦେବଗଡ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ହୋଇନାହାନ୍ତି । ଗଂଜାମ ଜିଲ୍ଲାରୁ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ô୪ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜିଲ୍ଲାରୁ ୧୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । କନ୍ଧମାଳ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦ୍ରାପଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧାରୁ ୫୧ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ତଥା ମାଲକାନଗିରି ରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।

ମୟୁରଭଂଜ ଜିଲ୍ଲାରୁ ୧ ସଂକ୍ରମିତ ଚିହ୍ନଟ ହୋଇଥିିବା ବେଳେ ନବରଙ୍ଗପୁର ôରୁ ୧, ନୟାଗଡ ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇ ଥିବା ବେଳେ ନୂଆପଡା ଜିଲ୍ଲାରୁ ୨୩ ଓ ପୁରୀରୁ ୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାୟଗଡା ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତ ି । ସୁନ୍ଦରଗଡ଼ରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ପୁଲ୍‌ରୁ ୧୨ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି ।

Leave A Reply

Your email address will not be published.