ରାଜ୍ୟରେ ଗୋଟିଏ ଦିନରେ ୨୧୮୨ କରୋନା ଆକ୍ରାନ୍ତ ଚିହ୍ନଟ

144

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୨୧୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୯୨୫୫୨୬ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୨୧୫୪୦ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୧୮୨ଜଣଙ୍କ ମଧ୍ୟରୁ ୧୨୫୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୨୪ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

Leave A Reply

Your email address will not be published.