ରାଜ୍ୟରେ ଗୋଟିଏ ଦିନରେ ୨୯୮୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨

150

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୨୯୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୪୧୭୩୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୧୪୬୨୧ ରହିଛି ।

ଆଜି ଚିହ୍ନଟ ହୋଇଥିବା ୨୯୮୯ ଜଣଙ୍କ ମଧ୍ୟରୁ ୧୭୩୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୫୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସୁନ୍ଦରଗଡ ଜିଲ୍ଲାରେ ସବୁଠାରୁ ଅଧିକ ୬୩୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି । ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮୩ ଜଣ, ବରଗଡ଼ରୁ ୧୨୬ ଜଣ, ଭଦ୍ରକରୁ ୩୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବୌଦ୍ଧ ଜିଲ୍ଲାରୁ ୧୦, କଟକରୁ ୨୦୮ ଜଣ, ଦେବଗଡ ଜିଲ୍ଲାରୁ ୨୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, ଗଜପତି ଜିଲ୍ଲାରୁ ୧୫, ଗଞ୍ଜାମରୁ ୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁରରୁ ୫୧ ଜଣ, ଝାରସୁଗୁଡ଼ାରୁ ୮୪ ଜଣ, କଳାହାଣ୍ଡିରୁ ୨୬୦ ଜଣ, କନ୍ଧମାଳ ଜିଲ୍ଲାରୁ ୮ ଜଣ. କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଖୋର୍ଦ୍ଧାରୁ ୪୩୮ ଜଣ, କୋରାପୁଟରୁ ୧୪ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୮ ଜଣ, ନବରଙ୍ଗପୁରରୁ ୪୩ ଜଣ, ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧୫୧ ଜଣ, ପୁରୀରୁ ୧୧୨ ଜଣ, ରାୟଗଡ଼ାରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪୮ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୬୩୧ ଜଣ ଓ ଷ୍ଟେଟ୍ ପୁଲରୁ ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.