ଗଞ୍ଜାମ ଜିଲ୍ଲାରେ ନୂଆ ୪ କରୋନା ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୫୮ କୁ ବୃଦ୍ଧି

135

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲରେ ଭର୍ତି କରାଯାଇଛି । ସେହିପରି ସାମାନ୍ୟ ଆକ୍ରାନ୍ତ ମାନଙ୍କୁ ହୋମଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୫୮ କୁ ବୃଦ୍ଧି ପାଇଛି ।
ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୫ ରହିଛି । ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମଶଃ ହ୍ରାସ ପାଉଥିବା ବେଳେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ପରିଲକ୍ଷିତ ହୋଇଛି ।

Leave A Reply

Your email address will not be published.