ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୩୩୪୫୭୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୭୩୭ ରହିଛି ।
ଆଜି ଚିହ୍ନଟ ହୋଇଥିବା ୮୬ ଜଣଙ୍କ ମଧ୍ୟରୁ ୫୦ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୬ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରେ ସବୁଠାରୁ ଅଧିକ ୧୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବରଗଡ଼ରେୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ , ଭଦ୍ରକ ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ବଲାଙ୍ଗୀର ଜିଲ୍ଲାରେ ୩ ବୌଦ୍ଧ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
କଟକ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେବଗଡ ଜିଲ୍ଲାରେ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଢେଙ୍କାନାଳ, ଗଜପତି, ଗଂଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଯାଜପୁରରୁ ୬ ଜଣ, ଝାରସୁଗୁଡ଼ାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡି , କନ୍ଧମାଳ ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ।
ମୟୂରଭଞ୍ଜ ଜିଲ୍ଲାରେ ୮ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ନବରଙ୍ଗପୁର ô ଓ ନୟାଗଡ ଜିଲ୍ଲାରୁ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । । ନୂଆପଡା ଜିଲ୍ଲାରୁ ୧ ଜଣ, ପୁରୀ ଜିଲ୍ଲାରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ଜଣେ ହେଲେ ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି ି । ସମ୍ବଲପୁରରୁ ୧୬ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁର ଜିଲ୍ଲାରେ ୧ ସଂକ୍ରମିତ ଚିହ୍ନଟ ହୋଇ ଛନ୍ତି । ସୁନ୍ଦରଗଡ଼ରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତିା