୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

169

ଭୁବନେଶ୍ୱର : ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, ବରଗଡ଼ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲି ବର୍ଷାର ପରିମାଣ କମିବାକୁ ଥିବା ବେଳେ ୨୧ ତାରିଖରୁ ପୁଣି ବର୍ଷା ବଢିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି ।

Leave A Reply

Your email address will not be published.