ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୨ ଜଣଙ୍କର ମୃତ୍ୟୁ

176

-ମୋଟ ମୃତ୍ୟୁ ସଂଖ୍ୟା ୪୧୯୬ ହେଲା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୧୯୬ ହୋଇଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ ଜିଲ୍ଲାରେ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସୁନ୍ଦରଗଡ ଜିଲ୍ଲାରେ ୪ ଜଣ ମୃତ୍ୟବରଣ କରିଛନ୍ତି । ଅନୁଗୁଳ, ଗଂଜାମ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ୩-୩ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ.ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ ଓ ପୁରୀ ଜିଲ୍ଲାରେ ୨-୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା କେନ୍ଦୁଝର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.