ରାଜ୍ୟରେ କରୋନାରେ ଆଉ ୬୬ ଜଣଙ୍କର ମୃତ୍ୟୁ

165

-ମୋଟ ମୃତ୍ୟୁ ସଂଖ୍ୟା ୪୮୬୧ ହେଲା

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୮୬୧ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଥିବା ବେଳେ ବରଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ବର ଜିଲ୍ଲାରୁ ୮ଜଣ, ସମ୍ବଲପୁୁର ଜିଲ୍ଲାରୁ ୭ ଜଣ ମୃତ୍ୟୁବରଣ କରିଛନ୍ତି । ଭଦ୍ରକ, ମୟୁରଭଂଜ ଜିଲ୍ଲାରୁ ୨-୨ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ବଲାଙ୍ଗୀର, କଟକ, ଗଂଜାମ. ଜଗତସିଂହପୁର, କଳାହାଣ୍ଡି. ପୁରୀ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Leave A Reply

Your email address will not be published.