ରାଜ୍ୟରେ କରୋନାରେ ଆଉ ୬୬ ଜଣଙ୍କର ମୃତ୍ୟୁ

168

-ମୋଟ ମୃତ୍ୟୁ ସଂଖ୍ୟା ୬୯୫୩ ହେଲା

ଭୁବନେଶ୍ୱର :ରାଜ୍ୟରେ କରୋନାରେ ଆଉ ୬୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୬୯୫୩ ହୋଇ ଯାଇଛି ।

ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୮ ଜଣ ଅଛନ୍ତି । ଅନୁଗୁଳ ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ଅଛନ୍ତି । ଅପରପକ୍ଷରେ ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ।

ଅପରପକ୍ଷରେ ବରଗଡ଼, ଭଦ୍ରକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ଅଛନ୍ତି । ଠିକ୍ ସେହିପରି, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି । ଏଣେ ବଲାଙ୍ଗୀର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।

ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।

Leave A Reply

Your email address will not be published.