୧୮ରୁ ୨୧ ପ୍ରବଳ ବର୍ଷା ସମ୍ଭାବନା

157

ଭୁୁବନେଶ୍ୱର : ଆସନ୍ତାକାଲି (ଶନିବାର) ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ଉତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୧୮ରୁ ୧୯ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏତଦ ବ୍ୟତୀତ ୧୯ରୁ ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୦ରୁ ୨୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବଲଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁର ଆଦି ରହିଛି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିର୍ଂ ଜାରି କରାଯାଇଛି ।

Leave A Reply

Your email address will not be published.