-୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
-ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଂଚଳର ତିନି ଜଣ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହା ସହିତ ଦୁର୍ଘଟଣାରେ ଆହତ ଛାତ୍ରମାନଙ୍କୁ ଉତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।