ଚମକପୁର ସରକାରୀ ଆବାସିକ ବାଳିକା ବିଦ୍ୟାଳୟରେ ୨୬ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ

168

-ସୁନ୍ଦରଗଡ଼, ସମ୍ବଲପୁର ପରେ ରାଜ୍ୟରେ ତୃତୀୟ ଘଟଣା

ବାରିପଦା\ସମ୍ବଲପୁର : ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଠାରେ ଥିବା ଚମକପୁର ଆବାସିକ ଆଦିବାସୀ ବାଳିକା ବିଦ୍ୟାଳୟ ରେ ୨୬ ଜଣ ଛାତ୍ରୀ କରୋନା ଆକ୍ରାନ୍ତ ହୋଇଥିବାର ଜଣାଯାଇଛି । ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତତ୍ପର ହୋଇଉଠିଛି ।

ଶନିବାର ପୂର୍ବାହ୍ନରେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ କରଞ୍ଜିଆ ଉପଜିଲ୍ଲାପାଳ ଡ.ରଜନୀକାନ୍ତ ବିଶ୍ୱାଳଙ୍କ ସମେତ ସ୍ଥାନୀୟ ବିଡ଼ିଓ, ତହସିଲଦାର, ଡ଼ାକ୍ତରୀ ଟିମ୍ ବିଦ୍ୟାଳୟରେ ପହଂଚି ଥିଲେ । ସେଠାରେ ଜଣେ ଡାକ୍ତରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆକ୍ରାନ୍ତ ଛାତ୍ରୀମାନଙ୍କର ଚିକିତ୍ସା କରାଯିବା ସହ ଏକ ଆମ୍ବୁଲାନ୍ସକୁ ରଖାଯାଇଛି ବୋଲି ଉପଜିଲ୍ଲାପାଳ ପ୍ରକାଶ କରିଛନ୍ତି । ଆବାସିକ ବିଦ୍ୟାଳୟରେ ମୋଟ୍ ୨୫୯ ଜଣ ଛାତ୍ରୀ ରହି ପାଠ ପଢ଼ୁଥିବା ବେଳେ ୨୦ ଜଣ କର୍ମଚାରୀ ରହିଛନ୍ତି । ସେମାନଙ୍କ ମଧ୍ୟରୁ କିଛିଦିନ ପୂର୍ବରୁ କେତେକ ଛାତ୍ରୀ ଅସୁସ୍ଥ ରହିବାରୁ ଗତ ଗୁରବାର ଦିନ ସେମାନଙ୍କ କରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨୨ ଜଣ କରୋନା ପୋଜେଟିଭି ରିପୋର୍ଟ ଆସିଛି । ଶୁକ୍ରବାର ମଧ୍ୟ ୪ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ଥିବା ପରୀକ୍ଷାରୁ ଜଣାପଡିବା ପରେ ଶୁକ୍ରବାର ସୁଦ୍ଧା ମୋଟ୍୨୬ ଜଣ ଛାତ୍ରୀ ଆକ୍ରାନ୍ତ ଥିବାର ଜଣାପଡ଼ିଛି । ୧୫ ଜଣଙ୍କ ସ୍ୱାବ ଟେଷ୍ଟ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠାଯାଇଛି । ସମସ୍ତ ଚିହ୍ନଟ ଆକ୍ରାନ୍ତ ମାନଙ୍କୁ ବିଦ୍ୟାଳୟ ପରିସରରେ ସଙ୍ଗରୋଧରେ ରଖାଯାଇ ଚିକିତ୍ସା କରାଯାଉଛି । କରୋନା ପଜେଟିଭ ବାହାରିବା ପରେ ଅନ୍ୟ ଛାତ୍ରୀ ଓ ଅଭିଭାବକ ମାନେ ଆଶଙ୍କା ମଧ୍ୟରେ ରହିଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ, ଗତ ୨୩ ତାରିଖରେ ସୁନ୍ଦରଗଡ଼ ସହରର ଏକ ସରକାରୀ ଅନୁଦାନପ୍ରାପ୍ତ ବାଳିକା ଉଚ୍ଚ ବିଦ୍ୟାଳୟର ୫୩ ଜଣ ଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହେବା ଏବଂ ସମ୍ବଲପୁର ଭିମସାରର କେତେକ ଛାତ୍ରଛାତ୍ରୀ କରୋନା ଚିହ୍ନଟ ହେବା ଘଟଣା ପରେ ଏହା ରାଜ୍ୟରେ ଶିକ୍ଷାନୁଷ୍ଠାନରେ କରୋନାର ତୃତୀୟ ମାମଲା ସାମ୍ନାକୁ ଆସିଛି ।

Leave A Reply

Your email address will not be published.