ଇକୋ ରିଟ୍ରିଟ୍ ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

168

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ମୋଟ ୭ ଟି ସ୍ଥାନରେ ଇକୋ ରିଟ୍ରିଟର ଉଦଘାଟନ କରିଛନ୍ତି । ଗତବର୍ଷ ପରି ୫ଟି ସ୍ଥାନରେ ଇକୋ ରିଟ୍ରିଟ୍ ଆୟୋଜିତ ହୋଇଥିବା ବେଳେ ଚଳିତ ବର୍ଷ ପ୍ରଥମ କରି କୋରାପୁଟ ଓ ଗଞ୍ଜାମରେ ଇକୋ ରିଟ୍ରିଟ୍ ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପର୍ଯ୍ୟଟକମାନେ କୋଣାର୍କ, ଦାରିଙ୍ଗବାଡ଼ି, ଭିତରକନିକା, ସମ୍ବଲପୁର, ସାତକୋଶିଆ ସମେତ କୋରାପୁଟ ଓ ଗଞ୍ଜାମରେ ଏହି ନିଆରା ଉତ୍ସବର ମଜା ନେଇ ପାରିବେ ।

ଇକୋ ରିଟ୍ରିଟ୍ ଗୁଡିକରେ ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ପର୍ଯ୍ୟଟକଙ୍କ ପାଇଁ କଟେଜ୍ ସହିତ ବିଳାସପୂର୍ଣ୍ଣ ଟେଂଟ, ଖେଳ ସହ ଭଳିକି ଭଳି ଦେଶୀ, ବିଦେଶୀ ଖାଦ୍ୟ ଏବଂ ମନୋରଞ୍ଜନ ପାଇଁ ଭରପୂର କାର୍ଯ୍ୟକ୍ରମ ଆୟୋଜନ ହୋଇଛି । ଏହି ଇକୋ ରିଟ୍ରିଟ୍ ତିନି ମାସ ପର୍ଯ୍ୟନ୍ତ ଚାଲିବ । ପ୍ରାକୃତିକ ପରିବେଶରେ ଅନନ୍ୟ ଅନୁଭୂତି ନେବେ ପର୍ଯ୍ୟଟକ ।

Leave A Reply

Your email address will not be published.