ଭୁବନେଶ୍ୱର ୧୫।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୭୭୨ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.