ଶପଥ ନେଲେ ନୂଆ ରାଜ୍ୟପାଳ

218

ଭୁବନେଶ୍ୱର,୩୧ା୧୦(ଡିକେ ନୁ୍ୟଜ):ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥନେଇଛନ୍ତି ରଘୁବର ଦାସ । ଓଡ଼ିଶାର୨୬ତମ ରାଜ୍ୟପାଳ ଭାବେ ରଘୁବରଦାସଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟବି·ରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ ।ରାଜଭବନ ଅଭିଷେକ ହଲରେ ସକାଳ୧୧ଟା ୪୫ମିନିଟରେ ଶପଥ ଗ୍ରହଣ
ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶପଥପାଠଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସହମନ୍ତ୍ରୀଗଣ ଉପସ୍ଥିତ ଥିଲେ । ତେବେ ଶପଥଗ୍ରହଣ କରିବା ପୂର୍ବରୁ ଗତକାଲି ପ୍ରଥମେପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାପରେ ଆଜି ଭୋରୁ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ରଘୁବର ଦାସ । ପରେ ରାଜଭବନରେ
ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ ଜଣାଇ ପାଛୋଟି ନେଇଥିଲେ ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ସେ ପାଞ୍ଚ ଥର
ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ
ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁରକୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ
ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ ।୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର
ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ୧୯୯୫ରେ ନିର୍ବାଚିତ ହୋଇଥିଲେ । ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର
ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ । ୨୦୦୫ରେ ଅର୍ଜୁନ ମୁଣ୍ଡାଙ୍କ ନେତୃତ୍ୱାଧୀନଝାଡ଼ଖଣ୍ଡ ବିଜେପି ସରକାରରେ ସେ ସହରାଞ୍ଚଳ ବିକାଶ ମନ୍ତ୍ରୀ ରୂପେ ନିଯୁକ୍ତି ପାଇଥିଲେ ।
୨୦୦୯ରେ ସେ ଶିବୁ ସୋରେନଙ୍କ ସରକାରରେ ଉପମୁଖ୍ୟମନ୍ତ୍ରୀ ପଦରେ ଅବସ୍ଥାପିତହୋଇଥିଲେ । ୨୦୧୪ରେ ସେ ବିଜେପି ଜାତୀୟ କମିଟିରେ ସ୍ଥାନ ପାଇଥିଲେ ଓ
ତାଙ୍କୁ ଦଳର ରାଷ୍ଟ୍ରୀୟ ଉପସଭାପତି ପଦ ମିଳିଥିଲା । ମାତ୍ର ରାଜ୍ୟରେ ସେହିବର୍ଷ ବିଜେପିସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ଝାଡ଼ଖଣ୍ଡର ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ
ଭାବରେ ରଘୁବର ଦାସ ଅଧିଷ୍ଠିତ ହୋଇଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ ।

Leave A Reply

Your email address will not be published.