୨୪ ଘଣ୍ଟା ମଧ୍ୟରେ ୩୦,୨୫୪ ନୂଆ ସଂକ୍ରମଣ ଏବଂ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୯୮.୫୭ ଲକ୍ଷରେ ପହଞ୍ଚିଲା
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୦,୨୫୪ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୮.୫୭ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯୮,୫୭,୦୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୧୪୩, ୦୧୯ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ସୁସ୍ଥ ହୋଇ ଫେରିଥିବା ୩୩, ୧୩୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୯୩, ୫୭, ୪୬୪। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରେକର୍ଡ ଅନୁସାରେ, ସମ୍ପ୍ରତି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୫୬, ୫୪୬। ସମ୍ପ୍ରତି ଦେଶର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟାର ୩.୬୨% ଥିବା ବେଳେ ସୁସ୍ଥତା ହାର ୯୪.୮୯% ରହିଛି। ଅନ୍ୟ ପକ୍ଷରେ ମୃତ୍ୟୁହାର ୧.୪୫% ଥିବା ଜଣାପଡ଼ିଛି।