ନବରଙ୍ଗପୁର, : ନବରଙ୍ଗପୁର ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଜିଲା ସଦର ମହକୁମାରେ ଏକ ସଚେତନତା ଶୋଭାଯାତ୍ରା ଡକ୍ଟର ଆମ୍ବେଦକର ଛକରୁ ବାହାରି ମିସନ୍ ଶକ୍ତି ସଭାଗୃହ ପର୍ଯ୍ୟନ୍ତ ପରିକ୍ରମା କରିଥିଲା । ବିଧାୟକ ନବରଙ୍ଗପୁର ସଦାଶିବ ପ୍ରଧାନୀ ସବୁଜ ପତାକା ଦେଖାଇ ଏହି ସଚେତନତା ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ । ଜିଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ତରଫରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ମିସନ୍ ଶକ୍ତି ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ବିନୋଦ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଉପେନ୍ଦ୍ର ଗଣ୍ଡ, ସମ୍ମାନିତ ଅତିଥି ଭାବେ ବିଧାୟକ ନବରଙ୍ଗପୁର ସଦାଶିବ ପ୍ରଧାନୀ, ପୌରପାଳିକା ନବରଙ୍ଗପୁର ଅଧ୍ୟକ୍ଷ କୁନୁ ନାୟକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ, ବକ୍ତା ଭାବେ ଡକ୍ଟର ବିଜୟ ମିଶ୍ର, ଜିଲ୍ଲା ଆଇନଜୀବୀ ସଂଘର ସଭାପତି ନରସିଂହ ତ୍ରିପାଠୀ, ଉପ ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ ଜୟଶ୍ରୀ ପ୍ରଧାନ ଯୋଗଦେଇ ଦୁର୍ନୀତି ନିବାରଣ ସପ୍ତାହ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରିବା ସହିତ ଦେଶର ସାମାଜିକ ଓ ଅର୍ଥନୈତିକ ବିକାଶ କ୍ଷେତ୍ରରେ ପ୍ରତିବନ୍ଧକ ଦୁର୍ନୀତିକୁ ହଟିବାକୁ ହେଲେ ସମସ୍ତେ ସଚେତନ ହୋଇ ସେବା ଓ ସହଯୋଗ ମନୋଭାବ ନେଇ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଅବସରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାର ପୁରସ୍କାର ପ୍ରଦାନ କରାଯାଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶିବାନୀ ଗୁହା ଜିଲ୍ଲା ମଙ୍ଗଳ ଅଧିକାରୀ ରବିନ୍ଦ୍ର ପାଲାକା, ଜିଲ୍ଲା ସଂସ୍କୃତି ଅଧିକାରୀ ଘାସିରାମ ହରିଜନ, ସହକାରୀ ଜିଲ୍ଲାପାଳ ଆଶୁତୋଷ ପାତ୍ର, ବିଭିନ୍ନ ବିଭାଗୀୟ ଅଧିକାରୀ, ଛାତ୍ରଛାତ୍ରୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ ମାନେ, ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ପରିଚାଳନା କରିଥିଲେ । ଶେଷରେ ଉପ ଆରକ୍ଷୀ ଅଧିକ୍ଷକ ଦୁର୍ନୀତି ନିବାରଣ ବିଭାଗ ଜୟଶ୍ରୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।
Sign in
Sign in
Recover your password.
A password will be e-mailed to you.