ନୂଆଦିଲ୍ଲୀ,୩୦ା୧୨: ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ। ବିଶାଳ ରୋଡ ସୋ କରି ଅଯୋଧ୍ୟା ରେଳ ଷ୍ଟେସନରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦି। ରୋଡ ସୋ’ ବେଳେ ପ୍ରଧାନମନ୍ତ୍ରୀକୁ ଫୁଲରେ ସ୍ୱାଗତ କରାଯାଇଛି। ରାସ୍ତରେ ଦୁଇ ପଟେ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ଅଯୋଧ୍ୟା ରେଳ ଷ୍ଟେସନର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ। ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ରେଳ ଷ୍ଟେସନର ପୁନଃନିର୍ମାଣ କରାଯାଇଛି। ଏଥିସହ ମୋଟ ୨ ହଜାର ୩୦୦ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏଥିସହ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ। ସେହିପରି ୬ ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିଛନ୍ତି। ସେହିପରି ୧୪ ଶହ ୫୦ କୋଟି ବ୍ୟୟରେ ନିର୍ମିତ ହୋଇଥିବା ଅଯୋଧ୍ୟା ଆନ୍ତର୍ଜାତୀୟ ବିମାନବନ୍ଦର ମଧ୍ୟ ଉଦ୍ଘାଟନ କରିଛନ୍ତି।ଏହି ବିମାନବନ୍ଦରକୁ ମହର୍ଷି ବାଲ୍ମିକୀଙ୍କ ନାମରେ ନାମିତ କରାଯାଇଛି। ଅଯୋଧ୍ୟାର ନୂଆ ଆନ୍ତର୍ଜାତୀୟ ବିମାନବନ୍ଦର, ପୁନଃନିର୍ମାଣ ରେଳ ଷ୍ଟେସନ, ଜାତୀୟ ରାଜପଥ ସହ ମୋଟ ୧୫ ହଜାର ୭୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ।
Sign in
Sign in
Recover your password.
A password will be e-mailed to you.