ପାରଳାଖେମୁଣ୍ଡି, ଯୁବପିଢୀଙ୍କ ଭିତରେ କ୍ରୀଡା, କଳା, ସାହିତ୍ୟ, ସଂସ୍କୃତି ଓ ସାମାଜିକ ସେବା କାର୍ଯ୍ୟର ଭାବଧାରା ଉଦ୍ରେକ କରି ଯୁବଶକ୍ତିକୁ ଆଗକୁ ଆଗେଇ ନେବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ନୂଆ-ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ମୁଖ୍ୟ ଅତିଥି ଭାବେ ୫- ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପଣ୍ଡିଆନ ଆଜି ଯୋଗଦେଇ କହିଛନ୍ତି ଯେ ଯୁବଶକ୍ତି ହେଉଛନ୍ତି ନୂଆ ଓଡ଼ିଶାର ଭବିଷ୍ୟତ। ଏହା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଯୁଗାନ୍ତକାରୀ ପରିକଳ୍ପନା ଯେଉଁଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତନିର୍ହିତ ପ୍ରତିଭାର ବିକାଶ ହୋଇ ହୋଇପାରିବ। ଶାରିରୀକ ବ୍ୟାୟାମ ସହ ଦୈନିକ ମାନସିକ ୧୫ ମିନିଟ ଧ୍ୟାନ କରିବାକୁ ମଧ୍ୟ କହିଛନ୍ତି ୫-ଟି ଅଧ୍ୟକ୍ଷ। ଏହା ସହିତ ଦିନରାତି ଯିଏ ଏକା କରି ଖଟିବ ସିଏ ଉପରକୁ ଯିବ। ସଫଳତାର ମୂଳ ମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ ବୋଲି କହିଛନ୍ତି ଶ୍ରୀ ପାଣ୍ଡିଆନ। ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବେ। ଆପଣମାନଙ୍କର ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି କହିଛନ୍ତି। ଗଜପତି ଜିଲ୍ଲାର ୫-ଟି ଅଧୀନରେ ଥିବା ୧୭ ଗୋଟି କଲେଜକୁ ରୂାନ୍ତରିତ କରାଯାଉଅଛି ବୋଲି କହିଥିଲେ। ଏହା ସହିତ ଛାତ୍ରଛାତ୍ରୀମାନଙ୍କ ସହିତ କଥା ହୋଇଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ପାଣ୍ଡିଆନ, କମିଶନର ତଥା ଶାସନ ସଚିବ, କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ, ଓଡ଼ିଶା, ଦକ୍ଷିଣା ଅଞ୍ଚଳ ଆରକ୍ଷୀ ମହା ନିରୀକ୍ଷକ ସତ୍ୟବ୍ରତ ଭୋଇ, ଜିଲ୍ଲାପାଳ ଗଜପତି ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଆର୍ଥିକ ରାଶି ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୩୦ ଗୋଟି ମହାବିଦ୍ୟାଳୟରୁ ପ୍ରାୟ ୧୧ହଜାର ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ଏହି ଉତ୍ସବକୁ ଆକର୍ଷଣ କରିବା ନିମନ୍ତେ ଓଲିଉଡ ଅଭିନେତା ବାବୁଶାନ ମହାନ୍ତି, ଓଲିଉଡ ଗାୟକ କୁଲଦୀପ ପଟ୍ଟନାୟକ, ଗାୟିକା ଅର୍ଚ୍ଚନା, ଆରୀୟା ସାଇଙ୍କୁ ଆମନ୍ତ୍ରଣ କରାଯାଇଥିଲା। ସେମାନଙ୍କ ନୃତ୍ୟ ଓ ସଙ୍ଗୀତର ତାଳେ ତାଳେ ସମସ୍ତ ଛାତ୍ରଛାତ୍ରୀ ମନୋଭରି ଉପଭୋଗ କରିଛନ୍ତି। ଜିଲ୍ଲା ପରିଷଦଙ୍କ ତଦାରଖରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ ଓ ରାଜେନ୍ଦ୍ର ମିଞ୍ଜ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଡ଼.ଗୁଣାନିଧି ନାୟକ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ସହକାରୀ ଜିଲ୍ଲାପାଳ ତଥା ଜିଲ୍ଲା କ୍ରୀଡା ଅଧିକାରୀ, ପ୍ରାଣ କୃଷ୍ଣ ପାଣିଗ୍ରାହୀଙ୍କ ସମେତ ଜିଲ୍ଲା ପରିଷଦ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଜିଲ୍ଲା ପ୍ରଶାସନର ଅନ୍ୟାନ୍ୟ ଅଧିକାରୀ ଏହାକୁ ଆୟୋଜନ କରିବାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.