ମାଲକାନଗିରି: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲାରେ ପୁଣି ମାଓବାଦୀ ନିଜର ଉପସ୍ଥିତି ଜାହିର କରିଛନ୍ତି। ଠିକାଦାରଙ୍କୁ ହତ୍ୟା କରି ରାସ୍ତା କାର୍ଯ୍ୟରେ ନିୟୋଜିତ ଥିବା ମେସିନ ଓ ଗାଡି ଜାଳି ଦେଇଛନ୍ତି।ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଯନ୍ଦ୍ରାଗୁଡା ନିକଟରେ ଏଭଳି ଘଟଣା ଘଟିଥିବା ସୂଚନା ମିଳିଛି। ଅନୁଯାୟୀ ମାଥିଲି ବ୍ଲକ ଅନ୍ତର୍ଗତ ଯନ୍ଦ୍ରାଗୁଡା ଠାରେ ଉନ୍ନୟନମୂଳକ କାର୍ଯ୍ୟ ଜାରି ରହିଥିବା ବେଳେ ଏହାକୁ ବିରୋଧ କରି ମାଓବାଦୀ ରାସ୍ତା କାମରେ ନିୟୋଜିତ ଥିବା ଏକ ମେସିନ କୁ କ୍ଷତିଗ୍ରସ୍ତ କରିବା ସହ ଏକ ବୋଲେରୋ ଗାଡିରେ ନିଆଁ ଲଗାଇ ଦେଇଛନ୍ତି । ଏହାସହ ସମ୍ପୃକ୍ତ ଠିକାଦାରଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ସୂଚନା ମିଳିଛି । ଠିକାଦାରଙ୍କ ନାମ ସୁକୁମାର ମଣ୍ଡଳ ବୋଲି ଜଣାପଡିଥିବା ବେଳେ ଏନେଇ ପୁଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ । ତେବେ ଏହି କାଣ୍ଡରେ ଦରଭା ଡିଭିଜନର ମାଓବାଦୀ ସାମିଲ ଥିବା ନେଇ ସନ୍ଦେହ କରାଯାଉଛି।
Sign in
Sign in
Recover your password.
A password will be e-mailed to you.