ଭୁବନେଶ୍ୱର,: ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ୨୦୨୫ ଆଣିଛି ଅପାର ସଫଳତା । ବୁଧବାର ସନ୍ଧ୍ୟାରେ ଜନତା ମଇଦାନରେ ସାମ୍ବାଦିକଙ୍କୁ ସମ୍ବୋଧନ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ, ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ପ୍ରତି ତାଙ୍କର ସମର୍ଥନ ଜଣାଇଥିଲେ । ଶିଳ୍ପ ଜଗତକୁ ବାର୍ତ୍ତା ଦେଇ ସେ କହିଥିଲେ ଯେ ଓଡିଶା ହେଉଛି ଉତ୍କୃଷ୍ଟ । ଓଡିଶା ହେଉଛି ବର୍ତ୍ତମାନ ପାଇଁ ସର୍ବୋତ୍ତମ ସୁଯୋଗର ଭୂମି । ପ୍ରଧାନମନ୍ତ୍ରୀଙ୍କ ଏହି ବାର୍ତ୍ତା ଡିଶାରେ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି । ଏଥିପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ କୃତଜ୍ଞତା ପ୍ରକାଶ କରିବା ସହିତ ଓଡିଶାର ସାଢେ ଚାରିକୋଟି ଜନସାଧାରଣଙ୍କ ପକ୍ଷରୁ ଧନ୍ୟବାଦ ଅର୍ପଣ କରୁଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନିଜେ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- \”ମୋଦି ଗ୍ୟାରେଣ୍ଟି\’ ଦେଇଥିଲେ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜି୍ନ କରିବା ପାଇଁ ସେ ସମ୍ପୂର୍ଣ୍ଣ ହଯୋଗ ଯୋଗାଇ ଦେଇ ଆସିଛନ୍ତି । ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ । ଏହି ସମ୍ମିଳନୀରେ ସମୁଦାୟ ୧୪୫ଟି ରାଜିନାମା ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱସ୍ତରୀୟ ଶିଳ୍ପସଂସ୍ଥାମାନଙ୍କ ସହିତ ସହଭାଗୀତାର ନୂଆ ଯୁଗ ଆରମ୍ଭ କରିବ । ଏହି ଏମ୍ଓୟୁ ଗୁଡିକ ଜରିଆରେ ସମୁଦାୟ ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି । ମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶରପ୍ରସ୍ତାବ ଆସିଛି । ଏହା ଦ୍ୱାରା ରାଜ୍ୟରେ ୮ ଲକ୍ଷ ୯୪ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି ହୋଇପାରିବ । ଏମ୍ଓୟୁ ସ୍ୱାକ୍ଷର ବ୍ୟତୀତ ଆହୁରି ୩.୮୪ ଲକ୍ଷ କୋଟି ଟଙ୍କାର ୪୪୮ ଟି ପୁଞ୍ଜିନିବେଶ ଅଭିପ୍ରାୟ ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ । ଏହା ଦ୍ୱାରା ୩.୯୨ ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି । ଏହି କନକ୍ଲେଭରେ ସମୁଦାୟ ୨୦ ଟି ସେକ୍ଟରରେ ୫୯୩ଟି ପ୍ରକଳ୍ପ ପାଇଁ ୧୬.୭୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ଏବଂ ଏହାଦ୍ୱାରା ୧୨.୮୮ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧି ମାନଙ୍କ ସହିତ ୧୬ ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ । ଏହା ଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି । ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡିଶା, ମହିଳାମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା । ଏହି ସବୁ କ୍ଷେତ୍ରଗୁଡିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା । ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍ ଓଡିଶା ସେସନରେ ଆଲୋଚନା କରାଯାଇଥିଲା । ମହିଳା ଉଦ୍ୟମଶୀଳତା ଓ ଷ୍ଟାର୍ଟଅପ୍ ଓଡିଶା ଆଦି ସମ୍ପର୍କିତ ପ୍ୟାନେଲ ଡିସ୍କସନରେ ଅଭିନବ ଓ ସମାବେଶୀ ଚିନ୍ତାଧାରା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ନବୀକରଣୀୟ ଶକ୍ତି, ସର୍କୁଲାର ଇକୋନମି ଓ ଗ୍ରୀନ ଟେକ୍ନୋଲୋଜି ଆଦି ଆଲୋଚନାରେ ଚିରନ୍ତନ ବିକାଶ ପାଇଁ ଓଡିଶାର ପ୍ରତିବଦ୍ଧତା ପ୍ରତିଫଳିତ ହୋଇଥିଲା । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧତାର ସହ କାମ କରୁଛୁ ଓ ଆଗାମୀ ଦିନରେ ମଧ୍ୟ ଏଥିପାଇଁ ଉଦ୍ୟମ ଜାରିରହିବ । ଏହି କନକ୍ଲେଭର ସଫଳତା ପାଇଁ ଶିଳ୍ପ ବିଭାଗ, ଇପିକଲ, ଇଡକୋ, ସି.ଆଇ.ଆଇ, ପିଡବ୍ଲୁସି ପରି ବିଭିନ୍ନ ସଂସ୍ଥା ଦ୍ୱାରା ଯୋଜନାବଦ୍ଧ ଭାବେ ପରିଶ୍ରମ କରିଛନ୍ତି । ସେମାନଙ୍କୁ ମୁଁ ଧନ୍ୟବାଦ୍ ଦେଉଛି । ଏହି ଦୁଇ ଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି । ଏଥିପାଇଁ ମୁଁ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁ ମାନଙ୍କୁ ଧନ୍ୟବାଦ ଅର୍ପଣ କରୁଛି ।
Sign in
Sign in
Recover your password.
A password will be e-mailed to you.