ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ସୁରେଶ ମହାପାତ୍ର

164

ଭୁବନେଶ୍ବର: ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ବୋଲି ଜଣାଯାଇଛି। ଅସିତ କୁମାର ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ମୁଖ୍ୟ ଶାସନ ସଚିବ ବ୍ୟତୀତ ମୁଖ୍ୟ ଉନ୍ନୟନ କମିସନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା, ତାହା ଆଜି ସରକାରୀ ଘୋଷଣା ପରେ ସ୍ପଷ୍ଟ ହୋଇଛି । ସେ ୧୪ ମାସ ଲାଗି କାର୍ଯ୍ୟ କରିବେ ବୋଲି ଜଣାଯାଇଛି। ପୂର୍ବରୁ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ସୁଚାରୁ ରୂପେ ଦାୟିତ୍ବ ତୁଲାଇଥିଲେ । ଅପର ପକ୍ଷରେ ପ୍ରଦୀପ କୁମାର ଜେନାଙ୍କୁ ରାଜ୍ୟର ନୂତନ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଛି । ଏହାଛଡ଼ା ସେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ ।

Leave A Reply

Your email address will not be published.